ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ୍‌ କଟକଣା: ଜାଣନ୍ତୁ କେଉଁଠି ରହିବ…

ଭୁବନେଶ୍ୱର,୨୨ା୧(ସତ୍ୟଜିତ୍‌ ରାଉତ):ଚଳିତବର୍ଷ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଓ ଗୁରୁବାର ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ପରେଡ୍‌ ଏବଂ ଶୁକ୍ରବାର ସକାଳ ୭ରୁ ୧୧ଟା୩୦ ଯାଏ ପୂର୍ଣ୍ଣ ଅଭ୍ୟାସ ପରେଡ୍‌ ଅନୁଷ୍ଠିତ ହେବ। ଏଥିସହିତ ୨୬ ତାରିଖରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ସକାଳ ୬ଟା୩୦ରୁ ଆରମ୍ଭ ହେବାକୁ ଥିବାବେଳେ ସର୍ବସାଧାରଣଙ୍କ ସୁଗମନାଗମନ ଓ ପାର୍କିଂ ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ମଙ୍ଗଳବାର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି।
କଟକଣା ସମୟରେ କୌଣସି ପ୍ରକାର ଭାରିଯାନ ରାମମନ୍ଦିର ଏବଂ ରାଜମହଲ ଛକ ପାର୍ଶ୍ୱରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକ ଯିବାକୁ ଦିଆଯିବ ନାହିଁ। କେବଳ ଦୁଇଚକିଆ ତଥା ହାଲୁକା ଯାନ ରାଜମହଲ ଛକରୁ ମାଷ୍ଟରକ୍ୟାଣ୍ଟିନ୍‌ ଆଡ଼କୁ ଆସିପାରିବ କିନ୍ତୁ ପିଏମ୍‌ଜି ଛକ ଆଡ଼କୁ ଯିବାପାଇଁ ଅନୁମତି ଦିଆଯିବ ନାହିଁ। ହାଉସିଂବୋର୍ଡ ଛକ ପାର୍ଶ୍ୱରୁ ରବୀନ୍ଦ୍ରମଣ୍ଡପ ଆଡକୁ ଆସୁଥିବା ଯାନବାହାନଗୁଡ଼ିକ କେଶରୀ ଟକିଜ୍‌ଠାରୁ ଆଗକୁ ନ ଯାଇ ସେହିଠାରୁ ବାମପାର୍ଶ୍ୱ ଲେନ୍‌ରେ ଯିବ। ସେହିପରି ଏଜି ଛକରୁ ପିଏମ୍‌ଜି ଛକ ଆଡ଼କୁ ଆସୁଥିବା ଯାନବାହନଗୁଡ଼ିକ ଜୟଦେବ ଭବନ ଗଳି ରାସ୍ତା ଦେଇ ଇଡକଲ୍‌ ଅଡିଟୋରିୟମ୍‌ ପଟୁ ଯିବେ। ୧୨୦ ବାଟାଲିୟନ୍‌ ଛକରୁ ରବୀନ୍ଦ୍ରମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଏମ୍‌.ଏଲ୍‌ଏ କଲୋନୀ ରାସ୍ତା ଦେଇ ୪ ନମ୍ବର ପାର୍ଶ୍ୱକୁ ଯିବେ। ମହାତ୍ମାଗାନ୍ଧୀ ମାର୍ଗ ସଂଲଗ୍ନ ସମସ୍ତ ଲେନ୍‌ ଓ ବାଇଲେନ୍‌ଗୁଡ଼ିକରେ ଯାନବାହନ ଚଳାଚଳ ବନ୍ଦ ରହିବ। କେବଳ ପଦଚାରୀମାନେ ଚାଲି ଚାଲି ମହାତ୍ମାଗkନ୍ଧୀ ମାର୍ଗକୁ ଆସିପାରିବେ। ତେବେ ସାଧାରଣତନ୍ତ୍ର ଦିବସରେ ପରେଡ୍‌ ସରିବା ଯାଏ ପିଏମ୍‌ଜି ଛକଠାରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ କୌଣସି ଗ୍ୟାସ୍‌ ବେଲୁନ୍‌ ବିକ୍ରି ହୋଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri