ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।

ଏନେଇ ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବାକୁ କ୍ୟାବିନେଟରେ ମୋହର ବାଜିଛି। ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ଼ କରାଯାଇଛି। ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ଦେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାଧାରଣ ବର୍ଗଙ୍କୁ ମଧ୍ୟ ୫୦% ପର୍ଯ୍ୟନ୍ତ ସବସିଡି ପ୍ରଦାନ କରିବୁ। ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍‌ ରିହାତିରେ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଯେଉଁଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲା ପାଠ ପଢି ପାରିବେ । ଆସନ୍ତା ୪ ବର୍ଷ ମଧ୍ୟରେ ଆଦର୍ଶ ବିଦ୍ୟାଳୟ କାମ ସରିବ । ହାଇସ୍କୁଲର ଫିଡର ସ୍କୁଲ ଭାବରେ ଏହା କାର୍ଯ୍ୟ କରିବ । ପ୍ରତି ବିଦ୍ୟାଳୟ ପିଛା ମୋଟ ୪-୫ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 5T ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ ନ ଥିଲା। ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ ହୋଇ ନ ଥିଲା। ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବୁ। ଏନେଇ ଆଜି କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri