ରାଙ୍ଗାପାରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ତୁମୁଡିବନ୍ଧ, ୨୨।୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ବେଲଘର ପଞ୍ଚାୟତ ରାଙ୍ଗପାରୁ ସ୍ଥିତ ଅନୁସୂଚିତ ଜାତି ଓ ଜନ ଜାତି ଉନ୍ନୟନ ବିଭାଗର ବାଳିକା ଉଚ୍ଚ ବିଦ୍ୟାଳୟରେ ବୁଧବାର ପୂର୍ବାହ୍ନ ୧୧ଟା ବେଳେ ଏକ ବର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

ଏହି ବର୍ଷିକ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲିଙ୍ଗରାଜ ସାହୁ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ତୁମୁଡିବନ୍ଧ ବ୍ଳକ ଅଧ୍ୟକ୍ଷା ବାସନ୍ତି ମାଝି,ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବୃନ୍ଦାବନ ମହାପାତ୍ର, ସମ୍ମାନିତ ଅତିଥି ଭାବେ ତୁମୁଡିବନ୍ଧ ବି.ଡି. ଓ ବନ ବିହାରୀ ହରପାଲ, ତୁମୁଡିବନ୍ଧ ଜିଲା ପରିଷଦ ସଭ୍ୟ ନବୀନ ପାତ୍ର, ତୁମୁଡିବନ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ପବିତ୍ର ଗଡ଼ତ୍ୟା,ବେଲଘର ସରପଞ୍ଚ ଗୋବିନ୍ଦ ମାଝି, ବେଲଘର ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖା ପରିଚାଳକ ରାଜେଶ କୁମାର ପଣ୍ଡା, ସିର୍ଲା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୀତ କୁମାର ସାହୁ, କୁର୍ତୁମ ଗଡ଼ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାଜ ବନ୍ଧୁ ବାରିକ, ଧୁଡୁଷି ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରତ୍ୟୁଷ ବଡ଼ ସେଠପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟ ବକ୍ତା ମହାପାତ୍ର ଛାତ୍ରୀ ଛାତ୍ର ମାନଙ୍କୁ ବଡ଼ ମଣିଷ ନ ହୋଇ ଭଲ ମଣିଷ ହେବା ଦରକାର। କୁଟିଆ ଅଂଚଳରେ ରହିଥିବା ଏହି ବିଦ୍ୟାଳୟ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବ ତୁମ୍ଭମାନଙ୍କୁ ନେଇ ବଣର ମଲ୍ଲୀ ପୁରପଲ୍ଲୀରେ ଯେତେ ବେଳେ ବାସିବ ,ତାହାହେଲେ ସାକାର ହେଲା ବୋଲି କୁହାଯିବ। ଏଣୁ ଛାତ୍ରୀ ଛାତ୍ର ମାନଙ୍କୁ ମୋର ଉପଦେଶ ରହିଲା ଭଲରେ ପାଠ ପଢ଼ ଭଲ ମଣିଷ ହୁଅ। ଅଂଚଳ ପାଇଁ ଉଦାହରଣ ସାଜ ବୋଲି କହିଛନ୍ତି। ଶେଷରେ ବିଦ୍ୟାଳୟରେ ବିଭିନ୍ନ ଖେଳ ପ୍ରତିଯୋଗିତାରେ କୃତି ଛାତ୍ରୀ ଛାତ୍ର ମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା। ଶେଷରେ ମଞ୍ଚସିନ ଅତିଥି ମାନଙ୍କୁ ସହ ଶିକ୍ଷକ ଦିଲୀପ ବରାଡ଼ ଧନ୍ୟବାଦ ଦେଇ କାର୍ଯ୍ୟକ୍ରମ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri