Posted inଖେଳ

ପତ୍ନୀ ଆରତୀଙ୍କୁ ଛାଡ଼ପତ୍ର ଦେବେ ସେହ୍ବାଗ? ୨୧ ବର୍ଷ ବୈବାହିକ ଜୀବନରେ ଝଡ଼…

ନୂଆଦିଲ୍ଲୀ,୨୩।୧: କ୍ରିକେଟଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ରିକେଟର ବିରେନ୍ଦ୍ର ସେହ୍ବାଗ ପତ୍ନୀ ଆରତୀ ଅହଲାଓ୍ବଟ୍‌ଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି। ଉଭୟଙ୍କ ୨୧ ବର୍ଷର ବୈବାହିକ ଜୀବନରେ ଝଡ଼ ସୃଷ୍ଟି ହୋଇଛି।

ରିପୋର୍ଟ ମୁତାବକ, ସେହ୍ବାଗ-ଆରତୀ ପରସ୍ପରଠାରୁ ଏକ ବର୍ଷ ଧରି ଅଲଗା ରହୁଛନ୍ତି। ଏବେ ଦୁହେଁ ଦୁହିଁଙ୍କୁ ସୋସିଆଲ ମିଡିଆରେ ଅନ୍‌ଫଲୋ କରିଦେଇଛନ୍ତି।

ଦେଖିବାକୁ ଗଲେ ସେହ୍ବାଗ ନିଜର ପାରିବାରିକ ଜୀବନକୁ ଗଣମାଧ୍ୟମଠାରୁ ଦୂରରେ ରଖିଥାନ୍ତି। କେବଳ କୌଣସି ଉତ୍ସବ ହେଲେ ପରିବାର ସହ ସେ ଫଟୋ ଶେୟାର କରିଥାନ୍ତି। ଗତ ବର୍ଷ ଦୀପାବଳି ଅବସରରେ ସେ ମା’ ଏବଂ ବଡ଼ ପୁଅ ଆର୍ଯ୍ୟବୀରଙ୍କ ସହ ଫଟୋ ଶେୟାର କରିଥିଲେ। ସେଥିରେ ପତ୍ନୀ ଆରତୀ ଏବଂ ସାନ ପୁଅ ବେଦାନ୍ତ ନଜର ଆସି ନ ଥିଲା। ଏହାପରଠାରୁ ଉଭୟଙ୍କ ସମ୍ପର୍କରେ ତିକ୍ତତା ଆସିଥିବା କୁହାଯାଉଥିଲା। ଏବେ ଆରତୀ ସେହ୍ବାଗଙ୍କୁ ଅନଫଲୋ କରିବା ପରେ ଏଭଳି ଚର୍ଚ୍ଚା ବଢ଼ିଛି। ହେଲେ ଦୁହିଁଙ୍କ ପକ୍ଷରୁ କୌଣସି ଆଧିକାରୀକ ବୟାନ ଆସିନାହିଁ।

କହିରଖୁଛୁ, ପୂର୍ବରୁ କିଛି କ୍ରିକେଟର ପତ୍ନୀଙ୍କୁ ଛାଡ଼ପତ୍ର ଦେଇସାରିଛନ୍ତି। ଗତ ବର୍ଷ ହାର୍ଦ୍ଦିକ ପାଣ୍ଡ୍ୟା ପତ୍ନୀ ନତାଶା ଷ୍ଟେନକୋଭିକ୍‌ଙ୍କଠାରୁ ଅଲଗା ହୋଇଥିଲେ। ଏହାବ୍ୟତିତ ଯୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ଖବର ଏବେ ବି ଖବରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri