Posted inରାଜ୍ୟ

ନବ ଦାସ ହତ୍ୟା ତଦନ୍ତ ଦାବି: ଚୂଡାନ୍ତ ନିଷ୍ପତ୍ତି ନେବେ ସରକାର

ଭୁବନେଶ୍ୱର, ୨୪।୧(ସୁନିତ୍‌ ମିଶ୍ର): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତଦନ୍ତ ପ୍ରକ୍ରିୟା କ’ଣ ହେବ ସେ ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ହରିଚନ୍ଦନ କହିଛନ୍ତି, ନବ ଦାସଙ୍କ ହତ୍ୟା ମାମଲା ଏବେ ବିଚାରାଧୀନ ରହିଛି। ଏହି ଘଟଣାର ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି। ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁ ନ ଥିଲେ।

ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ମୁହଁ ଖୋଲିବାକୁ ସାହସ କରୁ ନ ଥିଲେ। ଏବେ ସେ ଭୟ ଦୂରେଇ ଯାଇଛି। ଅନେକ ବିଷୟ ଧୀରେ ଧୀରେ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ସେସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ। ସବୁ ଘଟଣାକୁ ତଦନ୍ତ ପରିସରଭୁକ୍ତ କଲେ କିଏ ଓ କାହିଁକି ନବ ଦାସଙ୍କୁ ହତ୍ୟା କଲେ, ଷଡ଼ଯନ୍ତ୍ରରେ କିଏ ଭାଗୀଦାରି ଏସବୁ କଥା ନିଶ୍ଚିତ ଆସିବ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, କିଛିଦିନ ହେଲା ନବ ଦାସଙ୍କ ହତ୍ୟାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ପୂର୍ବତନ ମନ୍ତ୍ରୀଙ୍କ ହତ୍ୟା ଘଟଣାର ତଦନ୍ତ ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠିବା ସହ ଭିନ୍ନ ଭିନ୍ନ ଦଳର ରାଜନେତାମାନେ ନାନା ପ୍ରକାର ମତ ରଖୁଛନ୍ତି, ଯାହାକୁ ନେଇ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାକୁ ଦାବି ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri