Posted inଜାତୀୟ

କାର୍ଯ୍ୟସ୍ଥଳରେ କରମର୍ଦ୍ଦନ ପାଇଁ ବାଧ୍ୟ କରିବା ଯୌନ ନିର୍ଯାତନା: ହାଇକୋର୍ଟ

ଚେନ୍ନାଇ,୨୫।୧: କାର୍ଯ୍ୟସ୍ଥଳରେ ମହିଳା କର୍ମଚାରୀଙ୍କୁ କରମର୍ଦ୍ଦନ ପାଇଁ ବାଧ୍ୟ କରିବା ଏବଂ ଯେକୌଣସି ଅପ୍ରିୟ ବ୍ୟବହାର ଯୌନ ନିର୍ଯାତନା ବୋଲି ମାଡ୍ରାସ୍‌ ହାଇକୋର୍ଟ ଏକ ମାମଲାର ଶୁଣାଣି ବେଳେ ଟିପ୍ପଣୀ ଦେଇଛନ୍ତି। ପୋସ୍‌ ଆଇନ ଅନୁଯାୟୀ, ଉତ୍ପୀଡ଼ନର ଶିକାର ହୋଇଥିବା ମହିଳାଙ୍କ ଅନୁଭୂତିକୁ ପୁରୁଷଙ୍କ ଉଦ୍ଦେଶ୍ୟ ଅପେକ୍ଷା ଅଧିକ ପ୍ରାଧାନ୍ୟ ଦିଆଯାଇଥାଏ ବୋଲି ଜଷ୍ଟିସ୍‌ ଆର୍‌.ଏନ୍‌. ମଞ୍ଜୁଲା କହିଛନ୍ତି। ଉତ୍‌ପୀଡ଼ନକାରୀଙ୍କ ଉଦ୍ଦେଶ୍ୟ ଯାହା
ହୋଇଥାଉ ନା କାହିଁକି କାର୍ଯ୍ୟସ୍ଥଳରେ ଅପ୍ରିୟ ବ୍ୟବହାର ଯୌନ ନିର୍ଯାତନା ବୋଲି ଆମେରିକା କୋର୍ଟର ଏକ ରାୟର ଉଦାହରଣ ଦେଇ ବିଚାରପତି କହିଥିଲେ। ଯଦି ମହିଳା ଜଣକ କୌଣସି ଆଚରଣକୁ ଭଲ ଭାବରେ ଗ୍ରହଣ କରୁନାହାନ୍ତି ବା ଅନୁପଯୁକ୍ତ ଭାବୁଥାନ୍ତି ଏବଂ ଏଭଳି ଅପ୍ରିୟ ବ୍ୟବହାର ଯଦି ତାଙ୍କୁ ପ୍ରଭାବିତ କରୁଥାଏ, ତେବେ ଏହା ଯୌନ ନିର୍ଯାତନାର ସଂଜ୍ଞା ମଧ୍ୟରେ ଯିବା ନିଃସନ୍ଦେହ। ଯୁକ୍ତିଯୁକ୍ତତା ହେଉଛି ଏକ ମାପଦଣ୍ଡ, ଯାହା ମହିଳାମାନେ କିପରି ଅନୁଭବ କରୁଛନ୍ତି, ତାହା ନିରୂପଣ କରିଥାଏ ବୋଲି ବିଚାରପତି କହିଛନ୍ତି। ଶ୍ରମ ଅଦାଲତଙ୍କ ଏକ ରାୟକୁ ଖାରଜ କରିବା ଅବସରରେ ବିଚାରପତି ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। କାର୍ଯ୍ୟସ୍ଥଳରେ ଯୌନ ନିର୍ଯାତନା ରୋକିବା ପାଇଁ ୨୦୧୩ ଡିସେମ୍ବର ୯ରେ ପୋସ୍‌ ଆଇନ କାର୍ଯ୍ୟକାରୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri