ଚଳନ୍ତା ଟ୍ରେନ୍‌ରେ ସେଲ୍‌ଫି ନେଉଥିଲେ ଛାତ୍ରୀ,ଚାଲିଗଲା ଜୀବନ

କେନ୍ଦୁଝର/ପାଟଣା,୨୫ା୧ (ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ):କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଟାଙ୍ଗିଆପାଳ ରେଳ ଷ୍ଟେଶନ ନିକଟରେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରେ ଚଳନ୍ତା ଟ୍ରେନ୍‌ରୁ ଖସି ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଛାତ୍ରୀ ଜଣକ ହେଲେ ପାଟଣା ବ୍ଲକ୍‌ ଖିରେଇଟାଙ୍ଗିରୀ ପଞ୍ଚାୟତ ଅନ୍ତର୍ଗତ ଡଳଙ୍ଗ ଗ୍ରାମର ବିଜୟାନନ୍ଦ ବେହେରାଙ୍କ ଝିଅ ନମ୍ରତା ବେହେରା (୨୨)। ସେ ୨୦୨୪ରେ କମ୍ପ୍ୟୁଟର ସାଇନ୍ସରେ ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟରେ ୮୭ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଥିଲେ। ଭୁବନେଶ୍ୱର ଏକ ଘରୋଇ କଲେଜରେ ଏମ୍‌ସିଏ ପ୍ରଥମ ବର୍ଷରେ ଅଧ୍ୟୟନ କରୁଥିଲେ।
ସୂଚନା ଅନୁଯାୟୀ, ସେ ପୁରୀ-ବଡ଼ବିଲ ଏକ୍ସପ୍ରେସ୍‌ରେ ପୁରୀରୁ ସାଙ୍ଗମାନଙ୍କ ସହ କେନ୍ଦୁଝର ଅଭିମୁଖେ ଯାତ୍ରା କରୁଥିଲେ। ଟାଙ୍ଗିଆପାଳ ଷ୍ଟେଶନଠାରୁ କିଛି କିଲୋମିଟର ଦୂରରେ ସେଲ୍ଫି ନେଉଥିବା ବେଳେ ଚଳନ୍ତା ଟ୍ରେନ୍‌ରୁ ଖସି ପଡ଼ିଥିଲେ ବୋଲି କୁହାଯାଉଛି। ଏହା ସ୍ପଷ୍ଟ ହୋଇ ନ ଥିବା ବେଳେ ସେ ଟଏଲେଟ ଯାଇ ଆଉ ଫେରି ନ ଥିବା ସାଙ୍ଗମାନେ କହିଛନ୍ତି। ତେବେ ଜଣେ ରେଳ ଟ୍ରାକ୍‌ମ୍ୟାନ ତାଙ୍କୁ ଖସି ପଡ଼ିଥିବା ଦେଖି ଟାଙ୍ଗିଆପାଳ ଷ୍ଟେଶନ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ। ରେଲଓ୍ବେ ଓ ହରିଚନ୍ଦନପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ନମ୍ରତାଙ୍କ ବାପା ଓ ବିଶ୍ୱବିନାୟକ କଲେଜ ଅଧ୍ୟକ୍ଷ ରବିନାରାୟଣ ମହାନ୍ତ ଘଟଣା ସ୍ଥଳରେ ପହଞ୍ଚତ୍ ମୃତଦେହ ଚିହ୍ନଟ କରିଥିଲେ। ଭଦ୍ରକ ଜିଆର୍‌ପି ପୋଲିସ ହେମଲତା ବେହେରା କହିଛନ୍ତି, ଭଦ୍ରକ ରେଲୱେ ଥାନାରେ ଏକ ମାମଲା(ନଂ. ୪/୨୫)ରୁଜୁ ହୋଇ ତଦନ୍ତ ଚାଲିଛି। ଯାଜପୁର-କେନ୍ଦୁଝର ରୋଡ୍‌ର ରେଲଓ୍ବେ ପୋଲିସ ଏସ୍‌ଆଇ ସୁଶାନ୍ତ ସେଠୀ କହିଛନ୍ତି, ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇ ଅନୁସନ୍ଧାନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri