ସରକାରଙ୍କ ଅବହେଳା ଯୋଗୁ ମହାମାରୀ ରୂପନେଲା ଝାଡ଼ାବାନ୍ତି : କଂଗ୍ରେସ

ଭୁବନେଶ୍ୱର,୨୬।୧(ଅନିଲ ଦାସ): ସରକାର ବିଶେଷକରି ପୁରୀ ଜିଲା ପ୍ରଶାସନର ଅବହେଳା ଯୋଗୁ କଣାସ ଅଞ୍ଚଳରେ ଝାଡ଼ାବାନ୍ତି ମହାମାରୀର ରୂପ ନେଇଛି ବୋଲି ପିସିସି ତଥ୍ୟ ଅନୁସନ୍ଧାନକାରୀ ଦଳ ମୁଖ୍ୟ ତଥା କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ କହିଛନ୍ତି। କଂଗ୍ରେସ ଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀରେ ସେ ସେଠାକାର ସ୍ଥିତିର ଗମ୍ଭୀରତା ବିଷୟରେ ଉଲ୍ଲେଖ କରିବା ସହିତ ଜିଲା ପ୍ରଶାସନ ଅଧିକାରୀ ଓ ସରକାରଙ୍କ ଚରମ ଅବହେଳା ଏଭଳି ଘଟଣା ପାଇଁ ଦାୟୀ ବୋଲି କହିଛନ୍ତି l
ଏଥିସହିତ ସରକାର ମୃତକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦିଅନ୍ତୁ ବୋଲି କାଡାମ ଦାବି କରିଛନ୍ତି l
ପ୍ରଦୂଷିତ ପାଣି ବ୍ୟବହାର କରି ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ଓ ଶତାଧିକ ଆକ୍ରାନ୍ତ ହୋଇଥିବା ପୁରୀର କଣାସ ଅଞ୍ଚଳକୁ ଶୁକ୍ରବାର ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଏକ ତଥ୍ୟ ଅନୁସନ୍ଧାନକାରୀ ଦଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛି। କାଡାମଙ୍କ ନେତୃତ୍ୱରେ ଯାଇଥିବା ଏହି ତଥ୍ୟ ଅନୁସନ୍ଧାନକାରୀ ଦଳରେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ମହାନଦୀ ବଞ୍ଚାଅ ଆନ୍ଦୋଳନର ଆବାହକ ସୁଦର୍ଶନ ଦାସ, ଓଡ଼ିଶା ମେଡିକାଲ ଆସୋସିଏଶନର ପୂର୍ବତନ ସଭାପତି ଡାକ୍ତର ମଧୁସୂଦନ ମିଶ୍ର, ଓଡ଼ିଶା ହାଇକୋର୍ଟର ଓକିଲ ଜିଆଉଲ୍‌ ହକ୍‌, କଂଗ୍ରେସ ଏସ୍‌ସି ସେଲ୍‌ର ପୂର୍ବତନ ଅଧ୍ୟକ୍ଷ ବାଙ୍କବିହାରୀ ବେହେରା, ପଛୁଆ ବର୍ଗ ବିଭାଗର ପୂର୍ବତନ ଅଧ୍ୟକ୍ଷ ବିଜୟାନନ୍ଦ ଚାଉଳିଆ ପ୍ରମୁଖ ସାମିଲ ଥିଲେ l ସେମାନେ କଣାସ ବ୍ଲକ ଅଧୀନ ଗଡ଼ିଶାଗଦା ପଞ୍ଚାୟତର ନୂଆଗାଁ ଓ ନଈପାଟଣା ଗାଁକୁ ଗସ୍ତ କରି ମୃତକ ପରିବାର ଲୋକଙ୍କୁ ଭେଟିବା ସହିତ ଗ୍ରାମବାସୀ, ସ୍ଥାନୀୟ ସରପଞ୍ଚ, କାର୍ଯ୍ୟରତ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରଙ୍କୁ ଭେଟି ତଥ୍ୟ ସଂଗ୍ରହ କରିଛନ୍ତି। ନଈ କୂଳପାଟଣାର ଗୁରେଇ ସେଠୀ, ନୂଆଗାଁର ସଚଳା ସାହୁ, ସାରଥି ପ୍ରଧାନ ଓ ମାଗି ଦଳେଇଙ୍କର ଝାଡ଼ାବାନ୍ତିରେ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି l
ସମ୍ମିଳନୀରେ ପ୍ରସାଦ ହରିଚନ୍ଦନ କହିଛନ୍ତି ଯେ, ସ୍ଥିତିର ଗମ୍ଭୀରତା ଦୃଷ୍ଟିରୁ ସରକାର ତୁରନ୍ତ ଏହାକୁ ମହାମାରୀ ଘୋଷଣା କରନ୍ତୁ ଏବଂ ଏହାକୁ ଆୟତ୍ତ କରିବା ଦିଗରେ ବିହିତ ପଦକ୍ଷେପ ନିଅନ୍ତୁ ବୋଲି ଦାବି କରିଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସୁଦର୍ଶନ ଦାସ, ବାଙ୍କବିହାରୀ ବେହେରା ଓ ବିଜୟାନନ୍ଦ ଚାଉଳିଆ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri