ରାଇକିଆ,୨୬ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରବିବାର ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ପତାକା ଉତ୍ତୋଳନ କରିବା ସହ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ଅନୁଷ୍ଠିତ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପ୍ରଦର୍ଶନ କରିଥିବା ସରକାରୀ କର୍ମଚାରୀ ଓ ସାମାଜିକ ସଂଗଠନ, ସମାଜସେବୀଙ୍କୁ ସମ୍ମାନିତ କରାଯାଇଥିଲା। ଏଥିସହ ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟ, କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରଯାଇଥିଲା। ବ୍ଲକ କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ପ୍ରୀତମ ପ୍ରଧାନ, ଜୀବନଜ୍ୟୋତି ମହାବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରଭାକର ରାଜୁ, ନାଗରିକ ମଞ୍ଚ କାର୍ଯ୍ୟାଳୟଠାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ, ରାଇକିଆ ପଞ୍ଚାୟତରେ ସରପଞ୍ଚ ଗୀତାଞ୍ଜଳି ନାୟକ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ।


