ସାରା ବିଶ୍ୱ ଦେଖିଲା ଭାରତର ପରାକ୍ରମ

ନୂଆଦିଲ୍ଲୀ,୨୬ା୧: ରାଜଧାନୀ ଦିଲ୍ଲୀରେ ରବିବାର ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତର ପରାକ୍ରମ ଦେଖିଛି ସାରା ବିଶ୍ୱ। ଭାରତର ଐତିହ୍ୟ ସଂସ୍କୃତି ସହ ସେନାର ପରାକ୍ରମ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହୋଇଛି। ଏହି ଅବସରରେ କର୍ତ୍ତବ୍ୟ ପଥରେ ଏକ ଭବ୍ୟ ପରେଡ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ।
ଏହା ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା ଏବଂ ୨୧ ତୋପ ସଲାମୀ ଦିଆଯାଇଥିଲା। ଏହି ମହାନ ପର୍ବରେ ମୁଖ୍ୟ ଅତିଥି ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋବୋ ସୁବିଆଣ୍ଟୋ ମଧ୍ୟ ଉପସ୍ଥିତ ଥିଲେ। ଏହି ପରେଡରେ ବ୍ରହ୍ମୋସ କ୍ଷେପଣାସ୍ତ୍ର, ପିନାକା ମଲ୍ଟି-ଲଞ୍ଚର ରକେଟ ସିଷ୍ଟମ, ଅଗ୍ନିବାଣ, ୧୨୨ ଏମଏମ ମଲ୍ଟିପଲ ବ୍ୟାରେଲ ରକେଟ ଲଞ୍ଚର, ଆକାଶ ଅସ୍ତ୍ରଶସ୍ତ୍ର ପ୍ରଣାଳୀ ପ୍ରଦର୍ଶିତ ହୋଇଥିଲା। ସେହିପରି ପ୍ରଥମ ଥର ପାଇଁ ପ୍ରଳୟ କ୍ଷେପଣାସ୍ତ୍ର ବି ପ୍ରଦର୍ଶିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri