ବେକରେ ଦଉଡ଼ି ଦେଇ ଜୀବନ ହାରିଲେ ମହିଳା

ଲାଠୋର,୨୬।୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ବେହେରା ପାଣି ଗ୍ରାମର ଜଣେ ମହିଳା ଶୋଇବା ଘରେ ବେକରେ ଦଉଡ଼ି ଦେଇ ଶନିବାର ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ବନଲତା ବରିହା(୩୨)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି।

ମିଳିଥିବା ସୂଚନା ମୁତାବକ, ଖପ୍ରାଖୋଲ ଥାନା ଅଧୀନ ବାଘଝରଣ ଗ୍ରାମର ସୋନୁ ବରିହାଙ୍କ ଝିଅ ବନଳତା ଲାଠୋର ଥାନା ଅଧୀନ ବେହେରାପାଣି ଗ୍ରାମର ଲଛମନ ବାରିହାଙ୍କ ପୁଅ ହେମନ୍ତ ବରିହାଙ୍କୁ ୮ ବର୍ଷ ତଳେ ବିବାହ କରିଥିଲେ।

ବିବାହର କିଛି ଦିନ ପରେ ବନଲତା ମାନସିକ ରୋଗରେ ଆକ୍ରାନ୍ତ ହୋଇଥିଲେ। ସ୍ବାମୀ ତାଙ୍କର ଚିକିତ୍ସା କରୁଥିଲେ । ହେଲେ ଶନିବାର ଶ୍ୱଶୁର ଛେଳି ଚରାଇବାକୁ ଯାଇଥିବା ବେଳେ ସ୍ବାମୀ ଜଙ୍ଗଲକୁ ଯାଇଥିଲେ। ଘରେ ଶାଶୁ ଏବଂ ନଣନ୍ଦ ଥିଲେ l ଏହାର ସୁଯୋଗ ନେଇ ବନଳତା ନିଜ ଶୋଇବା ଘରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିଲେ।

ମଧ୍ୟାହ୍ନରେ ପରିବାର ଲୋକେ ଘଟଣା ସମ୍ପର୍କରେ ଜାଣି ବାପା ଘର ଲୋକଙ୍କୁ ଖବର ଦେଇଥିଲେ। ବାପ ଘର ଲୋକ ଆସି ଦେଖିଲା ପରେ ଉଭୟ ପରିବାର ରବିବାର ଲାଠୋର ଥାନାକୁ ଆସି ଘଟଣା ସମ୍ପର୍କରେ ଜଣାଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ୱିକ ସ୍ଥିତି ଅନୁଧ୍ୟାନ ପରେ ଏକ ଅପମୃତ୍ୟୁ ମାମଲା(ନଂ.୧/୨୫) ରୁଜୁ କରି ମୃତଦେହ ଜବତ କରି ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରୀ ରାକେଶ ବେହେରା କହିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri