Posted inଜାତୀୟ

ମହାକୁମ୍ଭରେ ବୁଡ଼ ପକାଇଲେ ଶାହା, ଯୋଗୀ: କଲେ ଆଳତି

ପ୍ରୟାଗରାଜ,୨୭।୧: ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭର ସୋମବାର ପବିତ୍ର ତ୍ରୟୋଦଶୀ ତିଥିରେ ସାଧୁସନ୍ଥଙ୍କ ସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି। ଏହି ଅବସରରେ ତାଙ୍କ ସହ ଯୋଗଗୁରୁ ବାବା ରାମଦେବ ଉପସ୍ଥିତ ରହି ବୁଡ଼ ପକାଇଛନ୍ତି। ସଙ୍ଗମ ସ୍ନାନ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଘାଟରେ ଆଳତି କରିଥିଲେ।

ସ୍ନାନ ପୂର୍ବରୁ ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ମହାକୁମ୍ଭ ଯିବା ବିଷୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଥିଲେ। ସେ ଲେଖିଥିଲେ, ସମଗ୍ର ବିଶ୍ୱକୁ ସମାନତା ଏବଂ ସମନ୍ବୟର ବାର୍ତ୍ତା ଦେଉଥିବା ସନାତନ ଧର୍ମର ମହାକୁମ୍ଭ କେବଳ ଏକ ତୀର୍ଥସ୍ଥଳ ନୁହେଁ ବରଂ ଦେଶର ବିବିଧତା, ବିଶ୍ୱାସ ଏବଂ ଜ୍ଞାନ ପରମ୍ପରାର ଏକ ସଙ୍ଗମସ୍ଥଳ। ପ୍ରୟାଗରାଜ ମହାକୁମ୍ଭରେ ବୁଡ଼ ପକାଇବା, ପୂଜା କରିବା ଏବଂ ପୂଜ୍ୟ ସନ୍ଥଙ୍କୁ ଭେଟିବା ପାଇଁ ଉତ୍ସାହିତ ଥିବା ସେ ଉଲ୍ଲେଖ କରିଥିଲେ। ସୂଚନା ଯୋଗ୍ୟ, ମହାକୁମ୍ଭର ୧୫ ଦିନରେ, ୧୧ କୋଟିରୁ ଅଧିକ ଭକ୍ତ ସଙ୍ଗମରେ ପବିତ୍ର ସ୍ନାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri