ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଯୋଗଦେବେ ଦେଶର ସମସ୍ତ କୋଟିପତି, ଜାଣନ୍ତୁ କେଉଁମାନେ ଆସିବେ

ଭୁବନେଶ୍ୱର,୨୭।୧: ଶିଳ୍ପ ବିଭାଗ ପକ୍ଷରୁ ପ୍ରକାଶିତ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୨୮ (ମଙ୍ଗଳବାର) ଜନତା ମଇଦାନରେ ନିବେଶକ ସମ୍ମିଳନୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ୨ ଦୁଇଦିନ ଧରି ଚାଲିବ।

ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି । ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଏହି କନ୍‌କ୍ଲେଭରେ ଏଲ.ଏନ. ମିତ୍ତଲ, କୁମାର ମଙ୍ଗଳମ୍‌ ବିର୍ଲା, ଅନିଲ ଅଗ୍ରୱାଲ, ସଜ୍ଜନ ଜିନ୍ଦଲ, ନବୀନ ଜିନ୍ଦଲ, କରଣ ଆଦାନୀ, ଟି.ଭି. ନରେନ୍ଦ୍ରନଙ୍କ ଭଳି ଦେଶର ବଡ଼ ବଡ଼ ଶିଳ୍ପପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭରେ ୧୦୦ରୁ ଊର୍ଦ୍ଧ୍ୱ ଶିଳ୍ପପତିଙ୍କ ସହ ଏମ୍‌ଓୟୁ ସ୍ବାକ୍ଷର ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି ।

ଗଣମାଧ୍ୟମକୁ ସୂଚନା ଦେଇ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି, ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ ଏକ ଐତିହାସିକ ଓ ଯୁଗାନ୍ତକାରୀ ପଦକ୍ଷେପ ହେବ। ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ଆଗାମୀ ଦିନରେ ଓଡ଼ିଶା ଶିଳ୍ପ ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପୂର୍ବ ସରକାର ସମୟରେ ଦୁଇ ଦଶନ୍ଧି ଧରି ସବୁପ୍ରକାର ସମ୍ଭାବନା ଥାଇ ବି ଓଡ଼ିଶା ଶିଳ୍ପର ମରୁଭୂମି ପାଲଟିଥିଲା। ଶିଳ୍ପ କ୍ଷେତ୍ରରେ ଓଡ଼ିଶା ବହୁତ ଆଗକୁ ଯିବ। ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ସହ ଶିଳ୍ପର ଇକୋ ହବ୍‌ କରିବା ସରକାରଙ୍କ ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri