ପୁଣି ନିରଞ୍ଜନଙ୍କ ଘରେ ପଶିଲେ ଚୋର

ଭୁବନେଶ୍ୱର,୨୮।୧: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ପୁଣି ଚୋରି ଉଦ୍ୟମ ହୋଇଛି। ତାଙ୍କ ନୟାପଲ୍ଲୀ IRC ଭିଲେଜସ୍ଥିତ ଏନ/୨୫ ଘରୁ ଚୋରି ଉଦ୍ୟମ ହୋଇଛି। ଝରକା ଭାଙ୍ଗି ପଶିବା ବେଳେ କର୍ମଚାରୀ ଚୋରକୁ କାବୁ କରି ନେଇଥିଲେ। ରେକି ପରେ ଘରକୁ ପଶିବାକୁ ଉଦ୍ୟମ କରିଥିଲା ଲୁଟେରା ଲୁଟେରାକୁ ଗିରଫ କରି ପୋଲିସ ଅଧିକ ପଚରାଉଚରା କରୁଛି । ଗତ ୨୬ରେ ନିରଞ୍ଜନଙ୍କ ନୟାପଲ୍ଲୀ ସ୍ଥିତ ଏନ୍‌-୨୯ ଘରୁ ଚୋରି ହୋଇଥିଲା

ରାତିରେ ମଧ୍ୟ ନିରଞ୍ଜନ ପଟ୍ଟନାୟକଙ୍କ ନୟାପଲ୍ଲୀସ୍ଥିତ ଘରୁ ଚୋରି ହୋଇଥିଲା । ନଗଦ ଟଙ୍କା ସହ ସମସ୍ତ ସୁନା ଅଳଙ୍କାର ଲୁଟ କରି ଝରକା ବାଟ ଦେଇ ଲୁଟେରା ଫେରାର ହୋଇଥିଲା ।

 

ରାତି ପ୍ରାୟ ୩ଟା ୪୦ ବେଳେ ଦେବଜ୍ୟୋତିଙ୍କ ସାନପୁଅ ଆଲାର୍ମ ଶୁଣି ସୁରକ୍ଷାକର୍ମୀଙ୍କୁ ଜଣାଇଥିଲେ। ବେଡରୁମ୍‌ର ଭିତର ପଟୁ ଚୋର ଜଣଙ୍କ କବାଟ ଲକ୍‌ କରିଥିବା ଜଣାପଡ଼ିଥିଲା। ଏହାପରେ ମାଷ୍ଟର କି ଜରିଆରେ ସୁରକ୍ଷାକର୍ମୀ କବାଟ ଖୋଲିଥିଲେ। ତେବେ ବେଡ୍‌ରୁମର ଝରକା ଖୋଲାଥିବା ଦେଖିବାକୁ ପାଇଥିଲେ। ଏଥିସହ ୱାର୍ଡରୋବ୍‌ ଖୋଲାହୋଇଥିବା ବ୍ରିଫ୍‌କେସ୍‌କୁ ଭଙ୍ଗାଯାଇ ଖୋଲାଯାଇଥିଲା। ଏହି ଘଟଣା ସମ୍ପର୍କରେ ସୋମବାର ଡିସିପି ପିନାକ ମିଶ୍ର କହିଛନ୍ତି, ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ଟିମ୍‌ ଚେଷ୍ଟା କରୁଛନ୍ତି। କିଛି ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ମିଳିଛି। ବିଭିନ୍ନ ଦିଗରୁ ତଦନ୍ତ କରାଯାଉଛି। ଏହି ମାମଲାରେ ଖୁବ୍‌ଶୀଘ୍ର ସଫଳତା ମିଳିବ ବୋଲି ଡିସିପି ମିଶ୍ର କହିଛନ୍ତି।

ତେବେ ଅନ୍ୟପକ୍ଷରେ ଗତ ଡିସେମ୍ବର ୨୦ରେ ନିରଞ୍ଜନଙ୍କ ୫ଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀମାନେ ଚଢ଼ାଉ କରିଥିଲେ। ସେହି ସମୟରେ ଇଡି ପକ୍ଷରୁ କ’ଣ ସବୁ ଜବତ ହୋଇଥିଲା ସେନେଇ କିଛି ସୂଚନା ଦିଆଯାଇ ନ ଥିଲା। ଏବେ ନିରଞ୍ଜନଙ୍କ ଘରୁ ୫୦ଲକ୍ଷ ଟଙ୍କାର ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ କରାଯିବା ପରେ ଏହାକୁ ନେଇ ଚର୍ଚ୍ଚା ଲାଗି ରହିଛି। ତେବେ ଇଡିର ଚଢ଼ାଉ ଦିଗକୁ ନେଇ ତଦନ୍ତ ହେଉଛି କି ନାହିଁ ଡିସିପି ମିଶ୍ରଙ୍କୁ ପଚାରିବାରୁ ସେ ଏନେଇ କିଛି ଜାଣି ନ ଥିବା କହିଛନ୍ତି।

ଅପରପକ୍ଷରେ ନିରଞ୍ଜନ ସାମାଜିକ ଗଣମାଧ୍ୟମରେ କହିଛନ୍ତି, ଏହି ଘଟଣା କେବଳ ମୋର ପରିବାର ପାଇଁ ନୁହେଁ, ବରଂ ସମସ୍ତ ଭୁବନେଶ୍ୱରବାସୀଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ। ସରକାରଙ୍କ ଅବହେଳା କାରଣରୁ ଆଜି ଆମ ଘର, ଆମ ସାହି ଏବଂ ଆମ ସମ୍ପଦ ବିପଦରେ ପଡ଼ିଛି। ଓଡିଶା ପୋଲିସ ଜନତାଙ୍କ ସୁରକ୍ଷାକୁ ନିଶ୍ଚିତ କରନ୍ତୁ ଏବଂ ଏହା ଭାଜପା ସରକାରଙ୍କ ସର୍ବପ୍ରଥମ ପ୍ରାଥମିକତା ହେବା ଉଚିତ। ଭୁବନେଶ୍ୱରକୁ ସୁରକ୍ଷିତ କରନ୍ତୁ ବୋଲି ନିରଞ୍ଜନ ପୋଷ୍ଟରେ ଉଲ୍ଲେଖ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri