ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଫଛପଟେ ଝୁଲୁଛି ମୃତଦେହ: ଶରୀରର ଅଧାଅଂଶ ଭୂମିରେଇ ଲାଗିଥିବା ନେଇ ବଢୁଛି ସନ୍ଦେହ

କାଲିମେଳା,୨୮।୧(ଜୀବନ କୃଷ୍ଣ ଦାସ):ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପଟେ ଥିବା ଚାଷଜମି ନିକଟରେ ମଙ୍ଗଳବାର ସକାଳେ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତାଅବସ୍ଥାରେ ଠାବ କରାଯାଇଛ। ମୃତ ଯୁବକ ଜଣକ କାଲିମେଳା ତୁମ୍ବାଗୁଡା ଗ୍ରାମର ପଦିଆ ମାଡକାମିଙ୍କ ପୁଅ କୈଳାଶ ମାଡକାମି (୨୨) ବୁଲି ଜଣା ପଡିଛି । ମୃତ ଯୁବକଙ୍କ ଅଧା ଶରୀର ଭୂମିରେ ଲାଗି ରହିଥିବା ଦେଖିବାକୁ ମିଳିଛି । ତେବେ ଯେଉଁ ଗଛ ଡାଳରେ ମୃତଦେହ ଝୁଲି ରହିଚି ସାଧାରଣ ଭାବେ ଦେଖିବାକୁ ଗଲେ ତାହା ଆତ୍ମହତ୍ୟା ହେଉନାହିଁ। ଖବର ପାଇ କାଲିମେଳା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଥିବା ବେଳେ କୋରାପୁଟରୁ ସାଇଣ୍ଟିଫିକ ଟିମ ଡାକି ଅଧିକ ତଦନ୍ତ ଜାରି ରଖିଛି। ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ସତ୍ୟତା ଜଣା ପଡିନାହିଁ । ଯୁବକଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ କୈଳାଶ ସୋମବାର ସାଠାରୁ ଘରକୁ ଫେରି ନ ଥିଲେ। ମୃତଦେହ ବ୍ୟବଚ୍ଛେଦ ଓ ପୋଲିସ ତଦନ୍ତ ପରେ ପ୍ରକୃତ ଘଟଣାର କାରଣ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri