Posted inଜାତୀୟ

୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୨୯।୧: ପାର୍ଲାମେଣ୍ଟର ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ। ଏହା ପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ୩ ତାରିଖରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଲୋକ ସଭା ଏବଂ ରାଜ୍ୟ ସଭାରେ ଆଲୋଚନା ହେବ।
ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ଲୋକ ସଭାରେ ଫେବୃଆରୀ ୩ ଓ ୪ ଦୁଇଦିନ ଆଲୋଚନା ହେବାକୁ ଥିବାବେଳେ ରାଜ୍ୟ ସଭାରେ ୩ ଦିନ ବିତର୍କ ହେବ ବୋଲି ପୂର୍ବରୁ ସ୍ଥିର ହୋଇଥିଲା। ଏବେ ଏଥିରେ ପରିବର୍ତ୍ତନ କରାଯାଇ କେବଳ ସୋମବାର ଦିନ ଉଭୟ ଗୃହରେ ରାଷ୍ଟ୍ରପତିଙ୍କ ପ୍ରସ୍ତାବ ଉପରେ ବିତର୍କ ପାଇଁ ଅନୁମତି ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ସଭାରେ ଫେବୃଆରୀ ୬ରେ ଆଲୋଚନାର ଉତ୍ତର ରଖିବେ ବୋଲି ଆଶା କରାଯାଉଛି। ବଜେଟ ଅଧିବେଶନ ଯେପରି ସୁରୁଖୁରୁରେ ଚାଲିବ, ତାହା ସୁନିଶ୍ଚିତ କରିବା ପାଇଁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ଜାନୁଆରୀ ୩୦ରେ ପାର୍ଲାମେଣ୍ଟରେ ରାଜନୈତିକ ଦଳଗୁଡ଼ିକର ନେତାମାନଙ୍କ ବୈଠକ ଡାକିଛନ୍ତି। ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ଏପ୍ରିଲ ୪ରେ ଶେଷ ହେବ। ବଜେଟ ଅଧିବେଶନରେ ମୋଟ ୨୭ଟି ସିଟିଂ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri