ରାଜ୍ୟରେ ପୁଞ୍ଜିନିବେଶ କରିବ ଫାଲ୍‌କନ୍‌

ଭୁବନେଶ୍ୱର,୨୯।୧: ଫାଲ୍‌କନ୍‌ ଗ୍ରୁପ୍‌ ଓଡ଼ିଶାରେ ମୋଟ ୧୫୦୦ କୋଟି ଟଙ୍କାର ପୁଞ୍ଜି ନିବେଶକରିବ ବୋଲି ଉତ୍କର୍ଷ ଓଡ଼ିଶା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୫ର ଉଦ୍‌ଘାଟନୀ ଉତ୍ସବରେ କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଫାଲକନ୍‌ ହୋଲ୍‌ଡିଂସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ହେଉଛି,ଫାଲ୍‌କନ୍‌ ଗ୍ରୁପ୍‌ର ଏକ ପ୍ରମୁଖ ସହାୟକ କମ୍ପାନୀ, ଯାହା ଓଡ଼ିଶାରେ ଏକ ଟିଟାନିୟମ ଡାଇ ଓକ୍ସାଇଡ୍‌ (ଟିଆଇଓ୨) ଉତ୍ପାଦନକୁ ପୁନର୍ବିକାଶ କରିବାକୁ ଯାଉଛି। ଏଥିପାଇଁ କମ୍ପାନୀ ପ୍ରାୟ ୧୦୫୦ କୋଟି ଟଙ୍କା ନିବେଶ କରିବାର ଯୋଜନା ରହିଛି। ଏହି ପ୍ଲାଣ୍ଟର ଉତ୍ପାଦନ କ୍ଷମତା ୩୦,୦୦୦ ଟନ୍‌ (କେଟିପିଏ) ହେବାକୁ ଥିବାବେଳେ ଏହାଦ୍ୱାରା ପେଣ୍ଟସ୍‌, କୋଟିଂ, ପ୍ଲାଷ୍ଟିକ୍‌ ଏବଂ ବୟନ ଶିଳ୍ପରେ ଟିଆଇଓ୨ର ଉତ୍ପାଦନ ଆବଶ୍ୟକତା ପୂରଣ କରାଯିବ। ଏହା ସହ ୪୫୦କୋଟିର ମଲ୍ଟି-ଅର୍ଗାନ ଟ୍ରାନ୍ସପ୍ଲାଣ୍ଟ କମ୍ପ୍ଲେକ୍ସ ଏବଂ ଏଆଇ ଆଣ୍ଡ ରୋବୋଟିକ୍‌ ଚିକିତ୍ସା ସୁବିଧା ସହ ୫୦୦ ଶଯ୍ୟା ବିଶିଷ୍ଟ ମଲ୍ଟି-ସ୍ପେଶାଲିଟି ହସ୍ପିଟାଲ ମଧ୍ୟ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଆର୍ଥିକ ସମୃଦ୍ଧ ବୃଦ୍ଧି କରିବା ସହ ଏହି ନିବେଶ ନିଯୁକ୍ତି ସୃଷ୍ଟି ସହ ୫୦୦୦ରୁ ଊର୍ଦ୍ଧ୍ୱଙ୍କୁ କର୍ମନିଯୁକ୍ତି ମିଳିବ। ଏହି ପରିପ୍ରେକ୍ଷୀରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ମଧ୍ୟ ସ୍ବାକ୍ଷର ହୋଇଛି। ଏପରିକି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବହୁ ବିଶିଷ୍ଠ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ଏହି ଚୁକ୍ତିନାମା ସ୍ବାକ୍ଷର ହୋଇଛି। ଏହି ଅବସରରେ ଫାଲ୍‌କନ୍‌ ହୋଲ୍ଡିଂସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଡାଇରେକ୍ଟର ପାର୍ଥଜିତ ପଟ୍ଟନାୟକ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ପ୍ଲାଣ୍ଟର କ୍ଷମତା ୩୦,୦୦୦ ଟନ୍‌ କେଟିପିଏ ସହ ଭାରତର ସବୁଠାରୁ ବଡ଼ (ଟିଆଇଓ୨) ପ୍ଲାଣ୍ଟ ହେବ। ଏ ସମ୍ପର୍କରେ ପାର୍ଥଜିତ ପଟ୍ଟନାୟକ କହିଥିଲେ, ଟିଆଇଓ୨ ପ୍ଲାଣ୍ଟ ଓଡ଼ିଶାର ଉଦ୍ୟୋଗ ଏବଂ ଆର୍ଥିକ ବିକାଶରେ ଏକ ମୁଖ୍ୟ ଅଂଶ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri