ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୪ ସପ୍ତାହ ମଧ୍ୟରେ ମାମଲା ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପାଟଣାଗଡ ୨୯।୧ (ସଚ୍ଚିଦାନନ୍ଦ ମହାକୁର): ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ହୃଷିକେଶ ରାଏ ଓ ଏସ୍‌ବିଏନ୍‌ ଭଟିଙ୍କୁ ନେଇ ଗଠିତ ଦୁଇଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିବା ସରକାରୀ ଓକିଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି ମାମଲାରେ ଆଉ ୨ ଜଣ ସାକ୍ଷୀଙ୍କର ବୟାନ ରେକର୍ଡ ହୋଇ ନ ଥିବା ସରକାରୀ ଓକିଲ ଦର୍ଶାଇଛନ୍ତି ।

ପୁର୍ବରୁ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ । ପୁଞ୍ଜିଲାଲ୍‌ ପିଏଚ୍‌ଡି ପାଇଁ ଥେସିସ୍‌ ପ୍ରଦାନ କରିବା, ସାମ୍ବାଦିକତା ଓ ଗଣଯୋଗାଯୋଗ ପାଇଁ ଚତୁର୍ଥ ସେମିଷ୍ଟାର ପରିକ୍ଷା ଦେବା ସହିତ ଶରୀର ଅସୁସ୍ଥ ଥିବା ଆଦି କାରଣ ଦର୍ଶାଇ ଜାମିନ ଆବେଦନ କରିଥିଲେ। ହେଲେ ହାଇକୋର୍ଟ ତାଙ୍କୁ ଜାମିନ ଦେଇ ନ ଥିଲେ ।

ସୂଚନାଯୋଗ୍ୟ, ୨୦୧୮ ଫେବୃୟାରୀ ୨୩ ତାରିଖରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଞ୍ଜୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ । ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା । ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଆସୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri