Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ
ଆଜି ଏକାଦଶରେ ଶନି ସହ ଚନ୍ଦ୍ର ସଂଯୋଗ ଆପଣଙ୍କ ପାଇଁ ଶୁଭଫଳ ପ୍ରଦାନ କରିବେ। ନିକଟ ସମ୍ପର୍କୀୟମାନଙ୍କ ସାଦର ସମ୍ବର୍ଦ୍ଧନାରୁ ଖୁସି ରହିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ସାମାନ୍ୟ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
ବୃଷ
ବୃଷ
ସାଧାରଣ କଥାକୁ କେନ୍ଦ୍ରକରି ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ବାଣିଜ୍ୟ, ବ୍ୟବସାୟ, ପରିବହନ, ଲେଖାପଢ଼ା ଓ ପ୍ରଶାସନିକ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ସହଯୋଗ ଫଳରେ ଭ୍ରାତୃବିବାଦ ତୁଟିଯିବ। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତ, ନତୁବା ହଜିଯିବାର ଆଶଙ୍କା ରହିଛି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇପାରିବ। ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡି ବନ୍ଧୁମାନଙ୍କର ପ୍ରକୃତ ଉଦ୍ଦେଶ୍ୟକୁ ବୁଝିପାରିବେ ନାହିଁ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନବଳାଇ କର୍ମମୁଖର ହୋଇପାରନ୍ତି।
କର୍କଟ
କର୍କଟ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ଆଜି ବାସ୍ତବରେ ସେମିତି କିଛି ହେବନି। ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ କାରଣରୁ କାମ ସ୍ଥଗିତ ରହିଯାଇପାରେ। ଅଫିସରେ ଉପରିସ୍ଥଙ୍କ ବାଧ୍ୟ ବାଧକତାରେ କେତେକ କାମ କରିବାକୁ ପଡିବ। ପରିବାରରେ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ।
ସି˚ହ
ସି˚ହ
ପାରିବାରିକ ପରିସ୍ଥିତି ମନ୍ଦ ହେବନି। ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ, ଯାହାକି କାର୍ଯ୍ୟର ପ୍ରଗତିରେ ଅନ୍ତରାୟ ସୃଷ୍ଟି କରିବ। ତଥାପି ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ ପରିଶେଷରେ କିଛି ପାଇପାରନ୍ତି। କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ପରିବାର ସହମତି ବିନା ବନ୍ଧୁଙ୍କ ପରାମର୍ଶରେ କୌଣସି କାମ ସକାଶେ ମନ ବଳାଇପାରନ୍ତି। ଖଳ ଲୋକଙ୍କ କଥାରେ ଭୁଲ୍‌ ମାର୍ଗ ଅନୁସରଣ କଲେ ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇପାରନ୍ତି।
ତୁଳା
ତୁଳା
ବନ୍ଧୁଙ୍କ ସହ ଆଲୋଚନା ପ୍ରସଙ୍ଗରେ ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିପାରେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ବ୍ୟଥିତ କରିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ ଓ ସାମ୍ବାଦିକତାରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ। କଳା, ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବ।
ଧନୁ
ଧନୁ
ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଦୋଷଯୁକ୍ତ ମନ୍ତବ୍ୟ ଦେଇପାରନ୍ତି। ଯାତ୍ରା ସମୟରେ ଅନ୍ୟମନସ୍କ ନ ରହି ଯାନବାହନରେ ସତର୍କତା ରକ୍ଷା କରନ୍ତୁ। ବାକି ରହିଥିବା ଟଙ୍କା ପାଇବାରେ ଆଜି କୌଣସି ପ୍ରକାର ଅସୁବିଧା ହେବ ନାହିଁ।
ମକର
ମକର
ମାନସିକ ଅଶାନ୍ତି ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ପରିବାରରେ ଶାନ୍ତି ଫେରିଆସିବ। ରପତ୍ାନି କାରବାର, ନିର୍ମାଣ, ପରିବହନ ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟା ସମାଧାନ ସକାଶେ ଚେଷ୍ଟା ଅବ୍ୟାହତ ରଖିଲେ ସଫଳତା ପାଇବେ। ଜମିଜମା କିମ୍ବା କଚେରି ମାମଲାରେ ଆଶାଜନକ ଫଳ ମିଳିପାରେ। ଜମି କିଣାବିକା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଆଜିର ଯାତ୍ରା ଅବଶ୍ୟ ସଫଳ ହେବାରେ ବନ୍ଧୁଙ୍କ ଅବଦାନକୁ ଭୁଲି ପାରିବେ ନାହିଁ।
ମୀନମୀନ

ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ। ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri