ଦାରିଙ୍ଗବାଡିରେ ଛାତ୍ରୀଛାତ୍ରଙ୍କ ପିକ୍‌ନିକ, ଏକାଠି ହେଲେ ଅଭିଭାବକ, ଶିକ୍ଷକ

ଦାରିଙ୍ଗବାଡି, ୩୦।୧ (ଅରୁଣ ସାହୁ): ଗୁରୁବାର କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ପ୍ରଥମ ଇଂଲିଶ ମିଡିୟମ ଓଡ଼ିଶା ବ୍ରିଗେଡ ସ୍କୁଲର ପିକନିକ ତଥା ବନ୍ଧୁମିଳନ କାର୍ଯ୍ୟକ୍ରମ ଡୁଲୁରୀ ପାଇନ ବଣରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟି, ଶିକ୍ଷୟିତ୍ରୀଶିକ୍ଷକମାନେ ଯୋଗଦେଇଥିଲେ। ଏହି ଅବସରରେ ଏକ ବୈଠକ ଅନୁଷ୍ଠିତ ପ୍ରଧାନ ଶିକ୍ଷକଙ୍କ ସଭା ପରିଚାଳନାରେ ହୋଇଥିଲା । ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମର ଉଦ୍ଦେଶ୍ୟରେ ସେ ଉପସ୍ଥିତ ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କ ଭୂମିକା ସମ୍ପର୍କରେ କହିଥିଲେ। ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରାପ୍ତ ପାଇଁ ବାପା ଓ ମା’ଙ୍କ ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ । ତେଣୁ ସେମାନଙ୍କୁ ଉତ୍ତମ ଶିକ୍ଷା ଦେବାକୁ ନିୟମିତ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟକୁ ସଠିକ୍‌ ସମୟରେ ପଠାଇବାକୁ ପଦକ୍ଷେପ ନେବାକୁ କୁହାଯାଇଥିଲା। ଏଥିସହ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିସହ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ, ସଙ୍ଗୀତ ଆଦି ଛାତ୍ରୀଛାତ୍ରମାନେ ପରିବେଷଣ କରିଥିଲେ। ବିଭିନ୍ନ କୃତିତ୍ୱ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯିବା ସହ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ବିକାଶ ଓ ଛାତ୍ରୀଛାତ୍ର ଶିକ୍ଷାର ବିକାଶ ପାଇଁ ବୈଠକରେ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକଙ୍କ ମଧ୍ୟରେ ଦିନେଶ ସାହୁ, ସନ୍ତୋଷ ଦିଗାଲ,ରିଙ୍କୁ ସାହୁ,ସୁଦୀପ୍ତ ପଣ୍ଡା,ଲେୟା ପ୍ରଧାନ,ସେସତୀ ତୁଳ,ଗୀତାଞ୍ଜଳି ପଡ୍ରା,ଦୀପା ବେହେରା, ସୁନିତା ସାହୁ,ପଦ୍ମାବତୀ ପଲିଆ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିେ। ପରିଚାଳନା କମିଟିର ସଭାପତି ବିଜୟ କୁମାର ସାହୁ ଉପସ୍ଥିତ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri