Barabati Stadium: ଫେବୃଆରୀ ୯ରେ ବାରବାଟୀ ଲଢ଼େଇ: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ,୩୧।୧: ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ନୂଆ ସରକାର ଆସିବା ପରେ ଏହା ଆମ ପାଇଁ ପ୍ରଥମ ମ୍ୟାଚ୍‌। ସମୟ ଅନୁସାରେ ପ୍ରସ୍ତୁତି ସବୁ ଠିକ୍‌ ଚାଲିଛି। ଏଥର ମ୍ୟାଚ୍‌ ଉତ୍ସାହପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ସୂଚନା ଯୋଗ୍ୟ, ମ୍ୟାଚ ଦେଖିବାକୁ ଷ୍ଟାଡିୟମରେ ୫୦ ହଜାର ଭଳି ଲୋକଙ୍କ ସମାଗମ ହେବ। ତେଣୁ ଷ୍ଟାଡିୟମ ପରିସରରେ କିପରି ଶୃଙ୍ଖଳା ବଜାୟ ରହିବ ଏବଂ ଟିକେଟ ବିକ୍ରି ପାଇଁ କୌଣସି ସମସ୍ୟା ରହିବ ନାହିଁ ତା ଉପରେ କମିଶନରେଟ ପୋଲିସ ପକ୍ଷରୁ ପ୍ରସ୍ତିୁତ ଆରମ୍ଭ ହୋଇଯାଇଛି। ଏପରି କି ପୋଲିସ କମିଶନର ମଧ୍ୟ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଅନ୍ୟପକ୍ଷେ ୨୮ ଓ ୨୯ ତାରିଖରେ ଓସିଏ ଅନୁବନ୍ଧିତ କ୍ଲବମାନଙ୍କୁ ଟିକେଟ ଦିଆ ସରିଛି। ୬ ଓ ୭ ତାରିଖରେ ସାଧାରଣ ଲୋକଙ୍କୁ ଟିକେଟ ବିକ୍ରି ହେବ । ତେଣୁ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଉପରେ ଡିସିପି ଜୋର୍‌ ଦେଇଛନ୍ତି। ବିଶେଷ କରି କରି କେତୋଟି କାଉଣ୍ଟର ହେବ, ସେଥିରେ କେତେ ଟିକେଟ ଉପଲବ୍ଧ ହେବ, ଏବଂ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri