Posted inଜାତୀୟ

ସୋନିଆଙ୍କ ସପକ୍ଷରେ ବାହାରିଲେ ଝିଅ ପ୍ରିୟଙ୍କା

ନୂଆଦିଲ୍ଲୀ,୩୧ା୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ କରି କହିବା ପରେ ରାଷ୍ଟ୍ରପତି ଭବନରୁ ଉତ୍ତର ଆସିଛି। ସୋନିଆଙ୍କ ବୟାନକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ମଧ୍ୟ କଡ଼ା ଜବାବ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସୋନିଆଙ୍କ ସପକ୍ଷରେ ବାହାରିଛନ୍ତି ଝିଅ ପ୍ରିୟଙ୍କା ଗାନ୍ଧୀ। ମୋ ମା’ ଜଣେ ବୟସ୍କା ମହିଳା। ରାଷ୍ଟ୍ରପତି ଲମ୍ବା ଭାଷଣ ପଢ଼ିଲେ ବୋଲି ମୋ ମା’ କହିଲେ। ତେଣୁ ରାଷ୍ଟ୍ରପତି ଥକି ଯାଇଥିବା ସେ କହିଥିବା ପ୍ରିୟଙ୍କା କହିଛନ୍ତି। ରାଷ୍ଟ୍ରପତିଙ୍କ ପ୍ରତି ତାଙ୍କର ସମ୍ମାନ ରହିଛି। କିନ୍ତୁ ମିଡିଆ ଏହାକୁ ଟୁଇଷ୍ଟ କରିବା ଦୁର୍ଭାଗ୍ୟଜନକ। ଉଭୟ ସମ୍ମାନିତ ମହିଳା ଓ ଆମମାନଙ୍କ ଠାରୁ ବଡ଼ ବୋଲି ପ୍ରିୟଙ୍କା ପ୍ରକାଶ କରିଛନ୍ତି।

ରାଷ୍ଟ୍ରପତି ଭବନରୁ ଆସିଥିବା ଉତ୍ତରରେ ସୋନିଆଙ୍କ ବୟାନ ଗ୍ରହଣୀୟ ନୁହେଁ ବୋଲି ଉଲ୍ଲେଖ କରାଯାଇଛି। ସର୍ବୋଚ୍ଚ ପଦବୀର ମର୍ଯ୍ୟାଦାକୁ ସୋନିଆଙ୍କ ବକ୍ତବ୍ୟ ଆଘାତ ଦେଇଛି। ରାଷ୍ଟ୍ରପତି କୌଣସି କ୍ଷେତ୍ରରେ ଥକ୍କିପଡ଼ି ନାହାନ୍ତି। ଅବହେଳିତ ବର୍ଗଙ୍କ ବାବଦରେ କହିବା କଦାପି କ୍ଳାନ୍ତ ଆଣେ ନି ବୋଲି ରାଷ୍ଟ୍ରପତି ଭବନରୁ ବୟାନ ଆସିଛି।

ସୂଚନାଯୋଗ୍ୟ, ସୋନିଆ ଗାନ୍ଧୀ ଶୁକ୍ରବାର ବଜେଟ ପୂର୍ବରୁ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ରାହୁଲ ଗାନ୍ଧୀ ମଧ୍ୟ ରାଷ୍ଟ୍ରପତିଙ୍କ ଭାଷଣ ଉପରେ ପ୍ରତିକ୍ରିୟା ଦେଇଥିଲେ। ସୋନିଆ ରାଷ୍ଟ୍ରପତିଙ୍କୁ ଜଣେ ‘Poor Lady’ ବୋଲି କହିଥିଲେ। ଭାଷଣ ପରେ ସେ କ୍ଳାନ୍ତ ହୋଇଯାଇଥିଲେ। ଏହି ସମୟରେ ରାହୁଲ ରାଷ୍ଟ୍ରପତିଙ୍କ ଭାଷଣକୁ ବିରକ୍ତି କର ବୋଲି କହିଥିଲେ, ଯାହା ପରେ ରାଜନୀତି ଉଷ୍ମ ହେବାରେ ଲାଗିଛି। ଭାଜପା ଅଭିଯୋଗ କରିଛି ଯେ, ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଅପମାନିତ କରିଛନ୍ତି, କ୍ଷମା ମାଗିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri