ଆଜିଠୁ ସବୁ ଟୋଲ୍‌ଗେଟ୍‌ରେ ନିୟମ: ଗାଡ଼ିର ବୀମା ନ ଥିଲେ…

କଟକ,୧ା୨(କାର୍ତ୍ତିକ ସାହୁ):ଓଡ଼ିଶା ରାଜ୍ୟ ପରିବହନ କର୍ତ୍ତୃପକ୍ଷ ମୋଟର ଯାନର ବୀମାକୁ କଡ଼ାକଡ଼ି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାରଠାରୁ ଇ-ଡିଟେକ୍ସନରେ ଯୋଡ଼ିହେବାକୁ ଯାଉଛି ବୀମା। ମୋଟର ଯାନରେ ବୀମା ନ ଥିଲେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲ୍‌ଗେଟ୍‌। ଇ-ଡିଟେକ୍ସନ ପ୍ରକ୍ରିୟାରେ ଗାଡ଼ି ମାଲିକଙ୍କୁ ଜାରିହେବ ଇ-ଚାଲାଣ। ଫେବୃଆରୀ ପହିଲା ତଥା ଶନିବାରଠାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ମୋଟ୍‌ ୨୨ଟି ଟୋଲ୍‌ଗେଟ୍‌ରେ ଏହା କାର୍ଯ୍ୟକାରୀ ହେବ। ଏ ନେଇ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ। ଏହାର ଉଲ୍ଲଂଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ ଏପରି କି ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ ଏପରି କି ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ଅଛି। ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଂଘନ କରି ବୀମା କରୁନାହାନ୍ତି। ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପାମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାକୁ ନେଇ ସରକାରଙ୍କ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଥିବାରୁ କଡ଼ାକଡ଼ି ପଦକ୍ଷେପ ନିଆଯାଉଛି। ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ଇ-ଡିଟେକ୍ସନ ଜରିଆରେ ଚିହ୍ନଟ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ନିଷ୍ପତ୍ତି ନେଇଛି। ପୂର୍ବରୁ ଇ-ଡିଟେକ୍ସନରେ ପରମିଟ୍‌, ଫିଟ୍‌ନେସ୍‌, ଟିକସ ନିୟମ ଉଲ୍ଲଂଘନକାରୀଙ୍କୁ ଟୋଲ୍‌ଗେଟ୍‌ରେ ଚିହ୍ନଟ କରାଯାଉଥିଲା। ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ। ଏହାସହ ଏନ୍‌ଫୋର୍ସମେଣ୍ଟରେ ଆଧୁନିକ ଜ୍ଞାନକୌଶଳକୁ ଅଧିକ ବ୍ୟବହାର କରାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri