Posted inଜାତୀୟ

ଏମିତି କ’ଣ କହିଦେଲେ ନିର୍ମଳା ସୀତାରାମନ, ଟେବୁଲ ବାଡେଇବାକୁ ଲାଗିଲେ ମୋଦି, ଭିଡିଓ…

ନୂଆଦିଲ୍ଲୀ,୧।୨: ୨୦୨୫ ବଜେଟରେ ଅନେକ ବଡ଼ ଘୋଷଣା କରାଯାଇଛି। ଅର୍ଥମନ୍ତ୍ରୀ ର୍ନିମଳା ସୀତାରାମନ କରଦାତାଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ବଜେଟରେ ବାର୍ଷିକ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କ ପାଇଁ ଟିକସ ଛାଡ଼ ପାଇଁ ବ୍ୟବସ୍ଥା କରାଯାଇଛି। ଲୋକ ସଭାରେ ଅର୍ଥମନ୍ତ୍ରୀ ଏହା ଘୋଷଣା କରିବା ମାତ୍ରେ, ପ୍ରଧାନମନ୍ତ୍ରୀ ମୋଦି ଟେବୁଲ ବାଡେଇବା ଆରମ୍ଭ କରିଥିଲେ। କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ପ୍ରଧାନମନ୍ତ୍ରୀ ବହୁତ ସମୟ ପର୍ଯ୍ୟନ୍ତ ଟେବୁଲ ବାଡେଇଥିଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ସୀତାରାମନଙ୍କ ଦ୍ୱାରା ଟିକସ ସମ୍ପର୍କରେ କରାଯାଇଥିବା ଘୋଷଣାରେ କୁହାଯାଇଛି ଯେ ଆଗାମୀ ସମୟରେ ବାର୍ଷିକ ୧୨ ଲକ୍ଷ ଟଙ୍କା ରୋଜଗାର କରୁଥିବା ବ୍ୟକ୍ତିଙ୍କୁ କୌଣସି ଟିକସ ଦେବାକୁ ପଡ଼ିବ ନାହିଁ। ୧୨ ରୁ ୧୬ ଲକ୍ଷ ଆୟ କରୁଥିବା ଲୋକଙ୍କୁ ମୋଟ ଆୟ ଉପରେ ୧୫ ପ୍ରତିଶତ ଆୟକର ଦେବାକୁ ପଡିବ, ୧୬ ରୁ ୨୦ ଲକ୍ଷ ଆୟ କରୁଥିବା ଲୋକଙ୍କୁ ୨୦ ପ୍ରତିଶତ ଟିକସ ଦେବାକୁ ପଡିବ, ୨୦ ରୁ ୨୪ ଲକ୍ଷ ଆୟ କରୁଥିବା ଲୋକଙ୍କୁ ୨୫ ପ୍ରତିଶତ ଟିକସ ଦେବାକୁ ପଡିବ, ଅଧିକ ଆୟ କରୁଥିବା ଲୋକଙ୍କୁ ୨୪ ଲକ୍ଷରୁ ଅଧିକ ଟଙ୍କା ଆୟ ଉପରେ ୩୦ ପ୍ରତିଶତ ଟିକସ ଦେବାକୁ ପଡିବ।

ଏଥିସହ, ଟିକସ ସଂଗ୍ରହ (TCS) ସୀମା ମଧ୍ୟ ୭ ଲକ୍ଷ ଟଙ୍କାରୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି, ଟିକସ ରିହାତି (TDS) ସୀମା ମଧ୍ୟ ୬ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାର ଅର୍ଥ ହେଉଛି TDS ଦାୟିତ୍ୱ ହ୍ରାସ କରାଯାଇଛି। କେବଳ ଏତିକି ନୁହେଁ, ଭଡ଼ା ଉପରେ ଟିଡିଏସ ସୀମା ୨.୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ଟିକସ ସଂଗ୍ରହ (TCS) ଅର୍ଥ ହେଉଛି, ଯେତେବେଳେ ଭାରତୀୟ ନାଗରିକମାନେ ଅନ୍ୟ ଦେଶକୁ ଟଙ୍କା ପଠାନ୍ତି, ସେତେବେଳେ ଏହା ଉପରେ ଏକ ର୍ନିଦ୍ଦିଷ୍ଟ ପ୍ରତିଶତ ଟିକସ ଲାଗୁ ହୋଇଥାଏ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଉଦାରୀକରଣ ରେମିଟାନ୍ସ ଯୋଜନା (LRS) ଅଧୀନରେ ରେମିଟାନ୍ସ ଉପରେ ଏହି ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନେବା ପରେ କାରବାର ସମୟରେ ବ୍ୟାଙ୍କ କିମ୍ବା ରେମିଟାନ୍ସ ସେବା ଦ୍ୱାରା ଏହି ଟିକସ କାଟି ନିଆଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri