ବଜେଟ୍‌ ଘୋଷଣା ପରେ ତାତିଲେ ନବୀନ, କହିଦେଲେ ଏତେ ବଡ଼କଥା…

ଭୁବନେଶ୍ୱର,୨।୨: କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରାମନ ଶନିବାର ପାର୍ଲାମେଣ୍ଟରେ ୨୦୨୫-୨୬ ଆର୍ଥିକବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। କ୍ରମାଗତ ୮ମ ଥର ସେ ବଜେଟ ଉପସ୍ଥାପନ କରିଥିବାବେଳେ ଏଥିରେ ଆୟକରଦାତା, ମଧ୍ୟବିତ୍ତଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ୧୨ ଲକ୍ଷ ଟଙ୍କା ବାର୍ଷିକ ଆୟ କରୁଥିବା ବ୍ୟକ୍ତିଙ୍କୁ ଟିକସ ଦେବାକୁ ପଡ଼ିବ ନାହିଁ। ଅର୍ଥାତ୍ ନୂତନ ଟିକସ ବ୍ୟବସ୍ଥାରେ ବେତନଭୋଗୀ ବର୍ଗ ବାର୍ଷିକ ୧୨.୭୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଶୂନ ଆୟକର ପ୍ରଦାନ କରିବେ। ଏହାଦ୍ୱାରା ୧ କୋଟି ଆୟକରଦାତା ଲାଭବାନ ହେବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଦେଖିବାକୁ ଗଲେ ୧୪୦ କୋଟି ଜନସଂଖ୍ୟ ବିଶିଷ୍ଟ ଦେଶରେ ଏମାନଙ୍କ ସଂଖ୍ୟା ନଗଣ୍ୟ। ଅଳ୍ପଙ୍କୁ ଖୁସି କରିବାକୁ ଯାଇ ଅନେକଙ୍କୁ ଅନ୍ଧାରରେ ରଖାଯାଇଥିବା ଭଳି ବଜେଟର ସ୍ବରୂପ ଦେଖିଲେ ବୁଝାପଡ଼ିଯାଉଛି। କାରଣ ପରୋକ୍ଷ ଟିକସ (ସାମଗ୍ରୀ ଓ ସେବା ଟିକସ-ଜିଏସ୍ଟି) ଦେଶର ପ୍ରତ୍ୟେକ ବର୍ଗଙ୍କୁ ଦେବାକୁ ପଡ଼ୁଛି। ସେଥିରେ ସେଭଳି କୋହଳ ବ୍ୟବସ୍ଥା କରାଯାଇଥିବା ଲକ୍ଷ୍ୟ କରାଯାଇନାହିଁ। ଅତ୍ୟାବଶ୍ୟକ ସାମଗ୍ରୀ ଦର ଖୁବ ଉଚ୍ଚାରେ ରହିଥିବାବେଳେ ତାହାକୁ ହ୍ରାସ କରିବା ଦିଗରେ କୌଣସି ସ୍ବତନ୍ତ୍ର ପଦକ୍ଷେପ ନିଆଯାଇ ନ ଥିବା ଦେଖିବାକୁ ମିଳିଛି। ବିହାର ବିଧାନସଭା ର୍ନିବାଚନକୁ ଦୃଷ୍ଟିରେ ରଖାଯାଇ ସେଠାକାର ଭୋଟରଙ୍କୁ ସନ୍ତୁଷ୍ଟ କରିବା ସକାଶେ ମାଖନା ବୋର୍ଡ, ଖାଦ୍ୟ ପ୍ରତିଷ୍ଠାନ, ବିମାନବନ୍ଦର ଓ କେନାଲ ପ୍ରକଳ୍ପକୁ ଅଗ୍ରାଧିକାର ଦିଆଯାଇଛି।

ତେବେ ବଜେଟକୁ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଚଳିତ ବଜେଟରେ ଯୁବବର୍ଗଙ୍କ ପାଇଁ ରୋଜଗାର ଯୋଗାଇଦେବା ସମ୍ପର୍କରେ କିଛି ନାହିଁ। ସେହିପରି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ବର୍ଦ୍ଧିତ ଦରଦାମ୍‌ ପାଇଁ ଜନସାଧାରଣ ବିଭିନ୍ନ ସମସ୍ୟା ଭୋଗୁଥିବାବେଳେ ବଜେଟରେ ଏହାର ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା କରାଯାଇ ନାହିଁ। ସେହିପରି ଓଡ଼ିଶାକୁ ସ୍ପେଶାଲ କାଟାଗୋରି ଷ୍ଟାଟସ୍‌ ପ୍ରଦାନ ପାଇଁ ଦୀର୍ଘଦିନ ଧରି ଦାବି ହୋଇ ଆସୁଥିଲେ ହେଁ ଏଥର ବଜେଟରେ ସେ ନେଇ କୌଣସି ପ୍ରାବଧାନ ନାହିଁ। ବଜେଟରେ ଅନ୍ୟ ରାଜ୍ୟଗୁଡ଼କୁ ସ୍ବତନ୍ତ୍ର ପ୍ରାବଧାନ ମିଳିଥିଲେ ହେଁ, ଓଡ଼ିଶାର ନ୍ୟାଯ୍ୟ ଦାବିଗୁଡ଼ିକୁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଅଣଦେଖା କରିଛନ୍ତି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟକୁ ପ୍ରଶଂସା କରିବା ସହ ପ୍ରଧାନମନ୍ତ୍ରୀ ମୋଦି ଓ ଅର୍ଥମନ୍ତ୍ରୀ ସୀତାରାମନ୍‌ଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଏଥର ବଜେଟର ଆକାର ୫୦ଲକ୍ଷ ୬୫ହାଜର କୋଟି ଟଙ୍କା, ଯାହା ଦେଶର ପ୍ରଗତି ଏବଂ ବିକାଶକୁ ଏକ ନୂତନ ଦିଶା ପ୍ରଦାନ କରିବ। ସାମଗ୍ରିକ ଭାବେ ଚଳିତ ବଜେଟ ସମାଜର ପ୍ରତ୍ୟେକ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ। ଚାଷୀ, ଦିନମଜୁରିଆ, ମଧ୍ୟମବର୍ଗ, ଚାକିରିଆ, ମହିଳା, ଯୁବ, ଛାତ୍ର ସମସ୍ତଙ୍କ ପାଇଁ ଏହି ବଜେଟରେ କିଛି ନା କିଛି ଭଲ ଖବର ଅଛି। ମଧ୍ୟବିତ୍ତ ପରିବାରଙ୍କ ଆଶା ଆକାଂକ୍ଷାକୁ କେନ୍ଦ୍ର ସରକାର ପୂରଣ କରିବାରେ ସମର୍ଥ ହୋଇଛନ୍ତି। ଏଥରର ବଜେଟରେ ୧୦୦ଟି ଜିଲାରେ ଉତ୍ପାଦକତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଚାଷୀଙ୍କ ପାଇଁ ‘ଧନଧାନ୍ୟ କୃଷି ଯୋଜନା’ ପ୍ରସ୍ତାବିତ କରାଯାଇଛି। ଏହି ନୂତନ ଯୋଜନାରେ ଦେଶର ୧.୭୦କୋଟି ଚାଷୀ ଉପକୃତ ହେବେ। ବଜେଟରେ ରେକର୍ଡ ୧୫ଲକ୍ଷ ୫୦ହଜାର କୋଟି ଟଙ୍କାର ପୁଞ୍ଜି ଖର୍ଚ୍ଚ ପ୍ରାବଧାନ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୫୪ହଜାର ୮୩୨କୋଟି ଟଙ୍କା ପ୍ରାବଧାନ କରାଯାଇଛି। ଏହି ବର୍ଦ୍ଧିତ ପ୍ରାବଧାନରେ ଆସନ୍ତା ବର୍ଷ ରେକର୍ଡ ସଂଖ୍ୟକ ଗୃହ ରାଜ୍ୟର ଗରିବ ଲୋକଙ୍କୁ ଯୋଗାଇ ଦିଆଯିବ। ଜଳଜୀବନ ମିଶନ ଯୋଜନାରେ ଆସନ୍ତା ୨ବର୍ଷ ମଧ୍ୟରେ ରାଜ୍ୟର ସବୁ ଗ୍ରାମକୁ ଶୁଦ୍ଧ ପିଇବା ପାଣି ଯୋଗାଇ ଦେବା ଲକ୍ଷ୍ୟ ପୂରଣ ହେବ। ଏହା ଲୋକାଭିମୁଖୀ, ଜନକଲ୍ୟାଣକାରୀ, ରୋଜଗାର ସୃଷ୍ଟିକାରୀ ଏବଂ ବିକାଶମୁଖୀ ବଜେଟ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri