ଏଟିଏମ୍‌ କାର୍ଡ ବଦଳାଇ ୫ ଲକ୍ଷ ଉଠାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ରହୁଥିବା ଜରଡା ଥାନା ଖଇର ଗ୍ରାମର ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ ତାଙ୍କ ବ୍ୟାଙ୍କ ଜମାଖାତାରୁ ପର୍ଯ୍ୟାୟ କ୍ରମେ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଇଥିବା ଜଣାପଡିଛି। ଏନେଇ ଦିଲୀପ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି ପ୍ରଶାନ୍ତ ପାତ୍ର ଥାନା ମାମଲା ନଂ.୪୮/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଅସୁସ୍ଥତା କାରଣରୁ ଜାନୁଆରୀ ୧୩ ତାରିଖରେ ଦିଲୀପ ତାଙ୍କ ଛାତ୍ର ପୁଙ୍କନ ପାଇକଙ୍କୁ ଏଟିଏମ୍‌ କାର୍ଡ ଦେଇ ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ଶାଖା ଏଟିଏମ୍‌ ୨୪ ହଜାର ଟଙ୍କା ଉଠାଇ ଆଣିବାକୁ କହିଥିଲେ। ସେ ଟଙ୍କା ଉଠାଣ କରି ଏଟିଏମ୍‌ କାର୍ଡ ସହ ଟଙ୍କା ପ୍ରଦାନ କରିଥିଲେ। ୧୯ ତାରିଖରେ ପୁଣି ଟଙ୍କା ଆବଶ୍ୟକ ପଡ଼ିବାରୁ ସେ ପୁଙ୍କନଙ୍କୁ ଏଟିଏମ୍‌ କାର୍ଡ ଦେଇ ନୂଆପଡ଼ା ଗ୍ରାମସ୍ଥିତ ଆଇଓବି ଶାଖା ଏଟିଏମ୍‌ କାଉଣ୍ଟରକୁ ପଠାଇଥିଲେ। କିନ୍ତୁ ସେଠାରେ ତାଙ୍କ କାର୍ଡରୁ ଟଙ୍କା ଉଠାଣ ହୋଇପାରି ନ ଥିଲା। ଉକ୍ତ ଏଟିଏମ୍‌ କାର୍ଡଟି ଜଗନ୍ନାଥ ଓଝାଙ୍କ ବୋଲି ଦର୍ଶାଯାଇଥିଲା। ତାଙ୍କ ଏଟିଏମ୍‌ କାର୍ଡ ବ୍ୟବହାର କରି କେହି ଦୁର୍ବୃତ୍ତ ବିଭିନ୍ନ ସାମଗ୍ରୀ କ୍ରୟ କରିବା ସହ ନଗଦ ଟଙ୍କା ଉଠାଣ କରିଥିବା ନେଇ ତାଙ୍କ ମୋବାଇଲ ଫୋନକୁ ବାର୍ତ୍ତା ଆସିବା ପରେ ସେ ଏନେଇ ଷ୍ଟେଟବ୍ୟାଙ୍କ ଟୋଲ ଫ୍ରି ନମ୍ବରରେ ଅଭିଯୋଗ କରିଥିବା ଏତଲାରେ ଉଲ୍ଲେଖ କରିଛନ୍ତି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri