ବଜାରରେ କିଆର ଅଲ୍‌ ନ୍ୟୁ ‘ସିରୋସ’

ଭୁବନେଶ୍ୱର,୩।୨: (ଅଭୟ ଦାଶ): କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ମଡେଲ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କିଆର ‘ଅଲ୍‌ ନ୍ୟୁ ସିରୋସ’ ବୈପ୍ଳବାମତ୍ିକ ଏସୟୁଭି ନିକଟରେ ଅନାବରଣ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତି ପ୍ରାପ୍ତ ଡିଲର ଗୁଗୁନାନୀ କିଆର ପଟିଆ ଶୋ’ରୁମ୍‌ରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଗୁଗନାନୀ କିଆର ସିଇଓ ମହେଶ ଝୁନ୍‌ଝୁନ୍‌ଓ୍ବାଲା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୁଗନାନୀ କିଆର ଡିଜିଏମ ସନ୍ତୋଷ ଭୂୟାଁ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ସିରୋସରେ ଅତି ସୁନ୍ଦର ଭାବେ ଦୃଶ୍ୟମାନ ଦୁଇଟି ପ୍ୟାନେଲ ଯୁକ୍ତ ସନରୁଫ ସହିତ ୨ସ୍ତରୀୟ ଏଡିଏଏସ ଏବଂ ୧୬ଟି ସ୍ବୟଂଚାଳିତ ସୁରକ୍ଷା ବୈଶିଷ୍ଟ୍ୟ ସାମିଲ ରହିଛି। ଏଥିସହିତ ୨୦ଟି ଉଚ୍ଚ ମାନର ସୁରକ୍ଷା ପ୍ୟାକେଜ ଓ ଫିଚର ସହିତ ସମସ୍ତ ପ୍ରକାରର ଅତ୍ୟାଧୁନିକ ସୁବିଧା ଅନ୍ତର୍ଭୁକ୍ତ ରହିଛି। ସେହିଭଳି ୨ଟି ଭାରିଆଣ୍ଟ (ଉଭୟ ପେଟ୍ରୋଲ ଏବଂ ଡିଜେଲ) ରେ ଉପଲବ୍ଧ ଏହି ମଡେଲ ୮ଟି ଆକର୍ଷଣୀୟ ରଙ୍ଗ ଏବଂ ପ୍ରାରମ୍ଭିକ ମୂଲ୍ୟ ୮,୯୯,୯୦୦ ଟଙ୍କାରୁ ଆରମ୍ଭ ହେଉଛି।
ଏ ସମ୍ପର୍କରେ ଗୁଗୁନାନୀ କିଆର ଏମ୍‌ଡି ରାଜନ ଗୁଗନାନୀ କହିଥିଲେ, ସୁଲଭ ମୂଲ୍ୟରେ ସମସ୍ତ ପ୍ରକାରର ସୁବିଧା ବ୍ୟବସ୍ଥା ସହିତ ଡ୍ୟୁଆଲ ମୋଡର ଗାଡି ଗ୍ରାହକ ପାଇପାରିବେ। ଏପରିକି ଗ୍ରାହକଙ୍କ ପକେଟକୁ ସୁହାଇଲା ଭଳି ଏହି ମଡେଲ ଆଶାୟୀ ଗ୍ରାହକଙ୍କ ଆବଶ୍ୟକତାକୁ ପୂରଣ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri