ବଜେଟକୁ ନେଇ ଭାଜପାକୁ ଟାର୍ଗେଟ

ଭୁବନେଶ୍ୱର,୩ା୨(ସୁନିତ୍‌ ମିଶ୍ର): କେନ୍ଦ୍ର ବଜେଟରେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିଜେଡି ଓ କଂଗ୍ରେସ ଅଭିଯୋଗ କରିଛନ୍ତି। ଆଗକୁ ନିର୍ବାଚନ ଥିବାରୁ ବିହାରକୁ ଫୋକସ୍‌ରେ ରଖାଯାଇଥିବା ବେଳେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିରୋଧୀ ଅଭିଯୋଗ କରିଛନ୍ତି। ରାଜ୍ୟ ଭାଜପାର ଯୁକ୍ତି କିନ୍ତୁ ପୂର୍ବ ଅପେକ୍ଷା ଓଡ଼ିଶାକୁ ଢେର୍‌ ଅଧିକ ଅର୍ଥ ମିଳିଛି।
ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ବଜେଟରେ ଓଡ଼ିଶା ପୁଣି ଅବହେଳିତ ହୋଇଛି। ରାଜନୈତିକ ସ୍ବାର୍ଥକୁ ଆଖି ଆଗରେ ରଖି ବଜେଟରେ ବ୍ୟବସ୍ଥା କରାଯାଇଛି। ବିହାରରେ ନିର୍ବାଚନ ଅଛି, ସେଥିପାଇଁ ବିହାର ଜ୍ୱାଇଁ ପୁଅ ହୋଇଗଲା। ଓଡ଼ିଶା ପ୍ରତି କାହିଁକି ଏଭଳି ବୈମାତୃକ ମନୋଭାବ ବୋଲି ସେ ପ୍ରଶ୍ନ କରିଛନ୍ତି।
କଂଗ୍ରେସ ନେତା ପଞ୍ଚାନନ କାନୁନଗୋ କହିଛନ୍ତି, କେନ୍ଦ୍ରୀୟ ବଜେଟରେ ଓଡ଼ିଶାକୁ ଡବଲ ଇଞ୍ଜିନ ସରକାର ନିରାଶ କରିଛି। ଓଡ଼ିଶା ପାଇଁ କିଛି ସ୍ବତନ୍ତ୍ର ବ୍ୟବସ୍ଥା ହୋଇନାହିଁ କି ଦୀର୍ଘଦିନ ଧରି ଦାବି ହେଉଥିବା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିଲାନି। ବିପର୍ଯ୍ୟୟପ୍ରବଣ ରାଜ୍ୟ ଭାବେ ଏହାକୁ ମୁକାବିଲା ପାଇଁ ସ୍ବତନ୍ତ୍ର ପାଣ୍ଠି ମଧ୍ୟ ମିଳିଲାନି ବୋଲି ପଞ୍ଚାନନ କହିଛନ୍ତି।
ସାଧାରଣ ସମ୍ପାଦକ ଯତୀନ ମହାନ୍ତି କହିଛନ୍ତି, ପାର୍ଲାମେଣ୍ଟରେ ଶନିବାର ଏକ ଐତିହାସିକ, ଜନକଲ୍ୟାଣକାରୀ ଓ ବିକାଶମୁଖୀ ବଜେଟ ଆଗତ କରାଯାଇଛି। ଏହି ବଜେଟକୁ ଅଭୂତପୂର୍ବ ଜନସମର୍ଥନ ମିଳିଛି। ଏନେଇ ବିଜେଡି ବ୍ୟସ୍ତବିବ୍ରତ ହୋଇପଡିଛି। ଏହି ଜନକଲ୍ୟାଣକାରୀ ବଜେଟ ଓଡ଼ିଶା ବିକାଶକୁ ତ୍ୱରାନ୍ବିତ କରିବ। ଦେଶର ସବୁବର୍ଗର ଲୋକେ ସବୁଦିଗରୁ ଏହି ବଜେଟ ଦ୍ୱାରା ଲାଭାନ୍ବିତ ହେବେ। ପ୍ରଧାନମନ୍ତ୍ରୀ ସବୁବେଳେ ଓଡ଼ିଶା ଉପରେ ପ୍ରାଧାନ୍ୟ ଦେଉଥିଲେ ମଧ୍ୟ ରାଜ୍ୟରେ ବିଜେଡି ସରକାରରେ ଥିଲାବେଳେ ବେପରୁଆ ମନୋଭାବ ପ୍ରଦର୍ଶନ କରି ମହିଳା ବିକାଶଠାରୁ ଆରମ୍ଭ କରି ପୋଷଣ, ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ କ୍ଷେତ୍ରରେ ଦୁଇଦଶନ୍ଧି ଧରି ଅବହେଳିତ କରିଥିଲା। ମାତ୍ର ଏବେ ଓଡ଼ିଶାରେ ଭାଜପା ସରକାର ଥିବାରୁ ଏସବୁ ଅସୁବିଧା ଦୂର କରି ରାଜ୍ୟକୁ ବିକାଶ ପଥରେ ଆଗେଇ ନେବାରେ ଲାଗିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri