ବାଇକ୍‌ ସହ ସ୍କୁଟି ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରତର

ଦାରିଙ୍ଗବାଡ଼ି,୩ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଛକରେ ବାଇକ୍‌ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଗଦାପୁର ଗ୍ରାମର ଦମନିକ ଉଠାନସିଂ। ଗୁରୁତର ୨ ଜଣ ହେଲେ ବ୍ରାହ୍ମଣୀଗାଁ ଅଞ୍ଚଳର ରତନ ନାୟକ ଓ ଭଜନ ସିଂ। ଥାନା ଅଧିକାରୀ ବିଜୟ ହାଇବୁରୁ,ଏସ୍‌ଆଇ ଅମରେନ୍ଦ୍ର ସୁବୁଦ୍ଧି, ଏଏସ୍‌ଆଇ ଶଙ୍କର ଓ୍ବାଡାକାଙ୍କ ସହ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ଅଧିକ ତଦନ୍ତ କରୁଥିବା ଦେଖିବାକୁ ମିଳିଛି।

ପୋଲିସ ସୂଚନା ପ୍ରକାରେ ସୋମବାର ବିଳମ୍ବିତ ରାତିରେ ରତନ ନାୟକ ଓ ଭଜନ ସିଂ ସ୍କୁଟି ଯୋଗେ ଗଦାପୁର ଅଞ୍ଚଳରୁ ନିଜ ଘର ବ୍ରାହ୍ମଣୀଗାଁକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଦମନିକ ଉଠାନସିଂ ବାଇକ୍‌ ଯୋଗେ ବ୍ରାହ୍ମଣୀଗାଁରୁ ନିଜ ଗାଁ ଗଦାପୁରକୁ ଫେରୁଥିଲେ। ଏହି ସମୟରେ ଦୁହିଁଙ୍କ ଗାଡ଼ି ମେରାମାହା ଛକରେ ସାମ୍ନାସାମ୍ନି ଧକ୍କା ହୋଇଥିଲା। ଫଳରେ ଦମନିକ ଉଠାନସିଂଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ରତନ ନାୟକ ଗୁରୁତର ଥିବାରୁ ତାଙ୍କୁ ଡାକ୍ତର ଅନ୍ୟତ୍ର ଚିକିତ୍ସା ପାଇଁ ଯିବାକୁ ପରାମର୍ଶ ଦେଇଛନ୍ତି। ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri