ପୁଣି ହଂସିତା, ଅନିଲଙ୍କୁ ଘାଣ୍ଟୁଛି ଆୟକର ବିଭାଗ: ଖୋଲିବ ଗୁମର

ଭୁବନେଶ୍ୱର,୩।୨: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁର ପରିଚୟ ଦେବା ସହ ନାମ ପରିବର୍ତ୍ତନ କରି ବଡ଼ବଡ଼ିଆଙ୍କୁ ଠକିଥିବା ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା ଅଭିଲିପ୍ସା ଓରଫ ବିଷ୍ଣୁପ୍ରିୟା ଚାନ୍ଦ ଓ ଅନିଲ କୁମାର ମହାନ୍ତି ଏବେ ଝାରପଡା ଜେଲରେ ଦିନ କାଟୁଛନ୍ତି। ଏଭଳି ସ୍ଥିତିରେ ସୋମବାର ଆୟକର ବିଭାଗର ଏକ ଟିମ୍‌ ଝାରପଡ଼ା ଜେଲରେ ପହଞ୍ଚି ହଂସିତା ଏବଂ ଅନୀଲଙ୍କୁ ପଚରାଉଚରା ଆରମ୍ଭ କରିଛି। ପୂର୍ବରୁ ଆୟକର ବିଭାଗ ୧୬ଟି ସ୍ଥାନରେ ଚଢାଉ କରି ଅନେକ ତଥ୍ୟ ହାସଲ କରିଛି। ଏପରିକି ୫୮ କୋଟିର ବେନାମୀ ସମ୍ପତ୍ତିର ପ୍ରମାଣ ଆଇଟି ହାତରେ ଲାଗିଛି। ପଚରାଉଚରା ପରେ ହାଇପ୍ରୋଫାଇଲ ଠକ ଯୋଡ଼ିଙ୍କ ଆଉ ଅନେକ ଗୁମର ପଦାକୁ ଆସିବ ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ପୋଲିସ ତଦନ୍ତରୁ ଏମାନଙ୍କ କଳା ସାମ୍ରାଜ୍ୟର ନୂଆ ନୂଆ ତଥ୍ୟ ସାମ୍ନାକୁ ଆଣିଛି। କେବଳ ଠକେଇ ନୁହେଁ, ହଂସିତା ଓ ଅନିଲ ଯୁବତୀ ଚାଲାଣରେ ସମ୍ପୃକ୍ତ ଥିଲେ ବୋଲି ପୋଲିସ ତଦନ୍ତ ବେଳେ ଜାଣିବାକୁ ପାଇଛି। ଏନେଇ ଇନ୍ଫୋସିଟି ଥାନାରେ ଉଭୟଙ୍କ ନାଁରେ ଦ ଇମୋରାଲ ଟ୍ରାଫିକ (ପ୍ରିଭେନସନ) ଆକ୍ଟ ୧୯୫୬ର ଦଫା ୫, ଆଇଟି ଆକ୍ଟ ୨୦୦୦ର ଦଫା ୬୭ ଓ ଆଇପିସି ଦଫା ୧୨୦-ବିରେ ମାମଲା (ନଂ.୧୪/୨୦୨୫) ରୁଜୁ ହୋଇଛି।

ପୂର୍ବ ମାମଲାର ତଦନ୍ତ ଅଧିକାରୀ ଦାୟିତ୍ୱରେ ଥିବା ସ୍ପେଶାଲ କ୍ରାଇମ ୟୁନିଟ(ଏସ୍ସିୟୁ)ର ଇନ୍ସପେକ୍ଟର ମାନସ କୁମାର ସ୍ବାଇଁ ଘଟଣାର ଅନୁସନ୍ଧାନ କରୁଥିବା ବେଳେ ଏହି ଆପରାଧିକ ଦିଗ ଜାଣିବାକୁ ପାଇଥିଲେ। ଏନେଇ ସେ ଇନ୍ଫୋସିଟି ଥାନାରେ ଏତଲା ମଧ୍ୟ ଦିଆଯାଇଛି।

ଏହି ସମ୍ପର୍କରେ ପୋଲିସ ପକ୍ଷରୁ ଭୁବନେଶ୍ୱର ଜେଏମଏଫ୍ସି-୨ କୋର୍ଟକୁ ମଧ୍ୟ ଅବଗତ କରାଯାଇଛି। ଏହି ମାମଲାକୁ ଲଗାଇ ହଂସିତାଙ୍କ ନାଁରେ ଇନ୍ଫୋସିଟି ଥାନାରେ ୩ଟି ମାମଲା ରୁଜୁ ହୋଇଛି। ପୋଲିସ ତଦନ୍ତ ବେଳେ ହଂସିତାଙ୍କ ମୋବାଇଲ ଓ ଲାପ୍‌ଟପ୍‌ରେ ବହୁ ସୁନ୍ଦରୀ ଯୁବତୀଙ୍କ ଫଟୋ ମିଳିଛି। ଏଥିସହ ବିଭିନ୍ନ ଗ୍ରାହକ ଓ ଏଜେଣ୍ଟଙ୍କ ସହ ଯୁବତୀଙ୍କ ଫଟୋ ପଠାଇ ଟଙ୍କା ଡିଲ କରାଯାଇଥିବା ମଧ୍ୟ ଚାର୍ଟରୁ ପ୍ରମାଣ ମିଳିଛି।

ଅନ୍ୟପକ୍ଷରେ ହଂସିତା ଓ ଅନିଲ ସେମାନଙ୍କ ଘନିଷ୍ଠ ସମ୍ପର୍କୀୟଙ୍କୁ ରୁଷୀୟ ଯୁବତୀ ମଧ୍ୟ ଉପହାର ଆକାରରେ ଭେଟି ଦେଉଥିଲେ। ପ୍ରତିବର୍ଷ ଡିସେମ୍ବର ୨୪ରେ ଅନିଲ ଧୁମଧାମ୍‌ରେ ଜନ୍ମଦିନ ପାଳନ କରୁଥିଲେ। ଏହି ଜନ୍ମଦିନ ପାର୍ଟିକୁ ରୁଷୀୟ ଯୁବତୀମାନଙ୍କୁ ସେମାନେ ଆଣୁଥିଲେ। ଏହି ପାର୍ଟିରେ ଯୋଗ ଦେଉଥିବା ବହୁ ବଡ଼ବଡ଼ିଆ ଅତିଥିମାନଙ୍କୁ ଯୁବତୀ ଭେଟି ଦିଆଯାଉଥିବା ପୋଲିସ ହାତରେ ପୁର୍ବରୁ ପ୍ରମାଣ ଲାଗି ସାରିଛି।

ବିଭିନ୍ନ ଲୋକଙ୍କୁ ଠକେଇ ଅଭିଯୋଗରେ ଇନ୍ଫୋସିଟି ଥାନାରେ ମାମଲା ରୁଜୁ କରି କମିଶନରେଟ ପୋଲିସ ହଂସିତା ଏବଂ ଅନିଲଙ୍କୁ ଗିରଫ କରିଥିଲା। ପରେ ଉଭୟଙ୍କ ଅନେକ କୋଟିର ଦାମୀ ଗାଡ଼ି ସହ ସମ୍ପତ୍ତି ଠାବ କରିଥିଲା ପୋଲିସ ଓ ଆୟକର ବିଭାଗ। ଏପରିକି ଅନିଲ ଓ ହଂସିତାଙ୍କ ବିରୋଧରେ ହୋଇଥିବା ଏତଲା କପି, ସମସ୍ତ ତଥ୍ୟ ଓ କାଗଜପତ୍ର କମିଶନରେଟ ପୋଲିସ ଏବଂ ଆୟକର ବିଭାଗଠାରୁ ଇଡି ସଂଗ୍ରହ କରି ନେବା ସହ ଆର୍ଥିକ ଦିଗ ଉପରେ ଅଧିକ ଖୋଳତାଡ଼ ଚାଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri