Posted inରାଜ୍ୟ

ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା

ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍‌ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁ
ଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍‌ ମାଧ୍ୟମରେ ପୂରଣ ହୋଇପାରିବ। କେନ୍ଦ୍ର ବଜେଟ୍‌ରେ ସକ୍ଷମ ଅଙ୍ଗନବାଡି ଏବଂ ପୋଷଣ ୨.୦ କାର୍ଯ୍ୟକ୍ରମ ପାଇଁ ବ୍ୟୟବରାଦ ହୋଇଛି।

ଏଥିରେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ ଓ ଗର୍ଭବତୀ ମହିଳା ଉପକୃତ ହେବେ। ପିଏମ୍‌ ଧନଧାନ୍ୟ କୃଷି ଯୋଜନାରେ ଓଡ଼ିଶା ଭଳି କୃଷିଭିତ୍ତିକ ରାଜ୍ୟ ଲାଭବାନ ହେବା ସହ କପା ଉତ୍ପାଦକତା ମିଶନରେ ୧୨ଟି ଜିଲ୍ଲାରେ କପା ଉତ୍ପାଦନ ପ୍ରତି ପ୍ରୋତ୍ସାହନ ବଢ଼ିବ। ନୌବାଣିଜ୍ୟ କ୍ଷେତ୍ରରେ ୨୫ହଜାର କୋଟି ଟଙ୍କାର ଏକ କର୍ପସ ଗଠନ ଦ୍ୱାରା ରାଜ୍ୟରେ ବନ୍ଦରର ବିକାଶ, ନୂତନ ବନ୍ଦର ପ୍ରତିଷ୍ଠା କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ
କହିଛନ୍ତି।

ଚଳିତ ବଜେଟ୍‌ରେ ହୋଇଥିବା ବ୍ୟବସ୍ଥାରୁ ରାଜ୍ୟର ୨ରୁ ୪ଟି ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନ ସ୍ଥଳୀର ବିକାଶ କରାଯାଇପାରିବ। ଖେଳନା କ୍ଷେତ୍ର ପାଇଁ ହୋଇଥିବା ଯୋଜନା ଓଡ଼ିଶାରେ କ୍ଲଷ୍ଟର ବିକାଶକୁ ସୁନିଶ୍ଚିତ କରିବା
ସହ ଉଡାଣ ଯୋଜନାରେ ସମ୍ବଲପୁରର ଜମାଦାରପଲ୍ଲୀ, ଢ଼େଙ୍କାନାଳର ବିର୍‌ସାଲ, ମୟୂରଭଞ୍ଜର ରାସଗୋବିନ୍ଦପୁର, ରଙ୍ଗେଇଲୁଣ୍ଡା, ରାଇକଳାରେ ବିମାନ ବନ୍ଦରର ବିକାଶ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri