Posted inଖେଳ

ଚଳିତ ମାସ ୧୫ରୁ କଳିଙ୍ଗରେ ହକି ଫିଭର, ଦର୍ଶକଙ୍କ ପାଇଁ ଫ୍ରି ଟିକେଟ

ଭୁବନେଶ୍ୱର, ୩।୨: ଓଡ଼ିଶା ହକି ପ୍ରେମୀଙ୍କ ପାଇଁ ଭଲ ଖବର। କଳିଙ୍ଗ ଷ୍ଟାଡିୟମରେ ହେବାକୁଥିବା ଆସନ୍ତା ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ଦର୍ଶକମାନେ ମାଗଣାରେ ସେମାନଙ୍କ ପ୍ରିୟ ହକି ତାରକାଙ୍କ ଆକ୍ସନକୁ ଉପଭୋଗ କରିପାରିବେ। ହକି ଇଣ୍ଡିଆ ପକ୍ଷରୁ ସୋମବାର ଏହା ଘୋଷଣା କରାଯାଇଛି।

କଳିଙ୍ଗରେ ଉଭୟ ମହିଳା ଓ ପୁରୁଷ ବିଭାଗରେ ଲିଗ୍‌ ଚଳିତ ମାସ ୧୫ରୁ ଆରମ୍ଭ ହୋଇ ୨୫ ପର୍ଯ୍ୟନ୍ତ ଚାଲିବ। ଷ୍ଟାଡିୟମରେ ଏକ ଫ୍ୟାନ-ଫ୍ରେଣ୍ଡଲୀ ପରିବେଶ ସୃଷ୍ଟି କରିବାକୁ ହକି ଇଣ୍ଡିଆ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଦର୍ଶକମାନେ www.ticketgenie.inରେ ନିଜ ସମ୍ପର୍କରେ ସବିଶେଷ ବିବରଣୀ ଦେଇ ଅତି ସହଜରେ ସହଜରେ ଭର୍ଚୁଆଲ ଟିକେଟ ହାସଲ କରିପାରିବେ। ଟିକେଟ ପାଇଁ କୌଣସି ଦାମ୍‌ ଦେବାକୁ ପଡ଼ୁ ନ ଥିବାରୁ ରିଡେମ୍ପଶନର ଆବଶ୍ୟକତା ନାହିଁ। ନିଜ ଭର୍ଚୁଆଲ ଟିକେଟ ଦେଖାଇ ଦର୍ଶକମାନେ ସହଜରେ ଷ୍ଟାଡିୟମରେ ପ୍ରବେଶ କରିପାରିବେ।

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ର ଭୁବନେଶ୍ୱର ଚରଣରେ ଭାରତ ପୁରୁଷ ବର୍ଗରେ ଇଂଲଣ୍ଡ, ସ୍ପେନ, ଜର୍ମାନୀ, ଆୟର୍ଲାଣ୍ଡ ସହିତ ମୁକାବିଲା କରିବ। ସେହିପରି ଭାରତୀୟ ମହିଳା ଦଳ ଜର୍ମାନୀ, ଇଂଲଣ୍ଡ, ନେଦରଲାଣ୍ଡ୍ସ ଓ ସ୍ପେନ୍‌ ସହିତ ଖେଳିବ। ପ୍ରତ୍ୟେକ ଦଳ ପରସ୍ପରକୁ ୨ଟି ଲେଖାଏ ମ୍ୟାଚରେ ଭେଟିବେ। ୧୫ ତାରିଖରେ ଭାରତୀୟ ମହିଳା ଦଳ ଇଂଲଣ୍ଡ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ। ସେହିଦିନ ସ୍ପେନ୍‌ ବିପକ୍ଷରେ ଖେଳିବ ଭାରତୀୟ ପୁରୁଷ ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri