ରାଗି ଫାୟାର୍‌ ହେଲେ ମନ୍ତ୍ରୀ, କାହିଁକି ଚିହିଁକି ଉଠି କହିଲେ କଣ ତାମସା ଚାଲିଛି, ଏଠିପାଲା ଚଲେଇଛ…

ଭୁବନେଶ୍ୱର,୫।୨: ଅଭିଯୋଗ ପ୍ରକୋଷ୍ଠରେ ରାଗି ଫାୟାର୍‌ ହେଲେ ମନ୍ତ୍ରୀ। ବିଡିଓ ସାଙ୍ଗେ ସାଙ୍ଗେ ତାଙ୍କୁ ଡାକ ମୁଁ ସସପେଣ୍ଡ୍‌ କରିବି । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଜନ ଅଭିଯୋଗ ଶୁଣାଣି ସମୟରେ।
ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ପରିସରରେ ଜନ ଅଭିଯୋଗ ଶୁଣାଣି ଚାଲଥିବା ବେଳେ ଏହି ଘଟଣା ଘଟିଥିଲା। ଉକ୍ତ ବ୍ଲକ ଝିଙ୍କିରିଆ ପଞ୍ଚାୟତର ରେବତୀ ରାଉତ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀ ଭାବେ ଗୃହ ପାଇଥିଲେ। ମାତ୍ର ତାଙ୍କୁ କିସ୍ତି ଟଙ୍କା ଏଯାଏ ମିଳି ନାହିଁ । ଏ ନେଇ ସେ ମଧ୍ୟ ମନ୍ତ୍ରୀଙ୍କୁ ଭେଟି ଅଭିଯୋଗ କରିଥିଲେ। ମନ୍ତ୍ରୀ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ । ମାତ୍ର କିଛିଦିନ ବିତିଯିବା ପରେ ମଧ୍ୟ ତାଙ୍କୁ ଟଙ୍କା ମିଳି ନ ଥିଲା। ଏହି ଟଙ୍କା ଯନ୍ତ୍ରୀ ପାସ୍‌ କରାଇ ଦେଉ ନ ଥିବା ଜାଣି ପୁଣି ସେ ମନ୍ତ୍ରୀଙ୍କ ପାଖକୁ ଆସିଥିଲେ।

ଏକଥା ଜାଣିବା ପରେ ଚିହିଁକି ଉଠିଥିଲେ ମନ୍ତ୍ରୀ। ଏନେଇ କାର୍ଯ୍ୟାନୁଷ୍ଠାନ ନେବାକୁ କହିଥିଲେ। ତୁରନ୍ତ ସେ ଯନ୍ତ୍ରୀଙ୍କୁ ଡାକ ମୁଁ ସସ୍ପେଣ୍ଡ କରିବି କହିଥିଲେ।ମନ୍ତ୍ରୀ କହିଥଲେ, ବିଡିଓ ସାଙ୍ଗେ ସାଙ୍ଗେ ତାଙ୍କୁ ଡାକ ମୁଁ ସସପେଣ୍ଡ କରିବି। ଯାହାକୁ ନେଇ ଏବେ ଚର୍ଚ୍ଚା ଯୋର ଧରୁଛି। ମନ୍ତ୍ରୀ ଏହା ମଧ୍ୟ କହିଥିଲେ ଲୋକେ ଏଠାକୁ ଅଭିଯୋଗ ନେଇ ଆସୁଛନ୍ତି ସମାଧାନ ପାଇଁ। ଏଠି କଣ ତାମସା ଚାଲିଛି? ଜଣେ ଦ୍ୱିତୀୟ ଥର କାହିଁକି ମୋ ପାଖକୁ ଆସିବ। ପାଲା ଚଲେଇଛ। ଇନ୍‌କ୍ୱାରି କାହିଁକି ୭ ଦିନ ମଧ୍ୟରେ ହେଲା ନାହିଁ। ସବୁ ଡିପାଟମେଣ୍ଟକୁ ନେଇ ମୁଁ କ’ଣ ତାମସା କରିବାକୁ ବସିଛି। ରେବତୀଙ୍କ ଭଳି ଅନେକ ମଧ୍ୟ ସେମାନଙ୍କ ଅଭିଯୋଗ ନେଇ ଆସିଥିଲେ। ବୃଦ୍ଧାଜାଣେ ମଧ୍ୟ କାନ୍ଦିକାନ୍ଦି ମନ୍ତ୍ରୀଙ୍କୁ ତାଙ୍କ ଗୁହାରି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri