କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଭୁବନେଶ୍ୱର, ୬।୨: ଐତିହାସିକ କଟକ ବାଲିଯାତ୍ରାକୁ ମିଳିଛି ଜାତୀୟ ମାନ୍ୟତା। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏଥିପାଇଁ ଚିଠି ଲେଖିଥିଲେ । ପୂର୍ବରୁ କଟକ ମେୟର ସୁବାସ ସିଂ ମଧ୍ୟ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଙ୍କୁ ଭେଟି ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଥିଲେ।

ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ ।

ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ।

କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା ।

କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri