ନିଯୁକ୍ତି ପାଇବେ ୨୭୬୭ ଜଣ ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀ, ମୁଖ୍ୟମନ୍ତ୍ରୀ କରିବେ…

ଭୁବନେଶ୍ୱର, ୬।୨: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆସନ୍ତାକାଲି ଆୟୋଜିତ ହେବ ନିଯୁକ୍ତି ମେଳା । ଏହି ନିଯୁକ୍ତି ମେଳା ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ୍ ୨୭୬୭ ଜଣଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତିପତ୍ର ପ୍ରଦାନ କରିବେ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ନିମନ୍ତେ ୮୯୪ ଜଣ ଅଧ୍ୟକ୍ଷ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବାକୁ ଥିବା ବେଳେ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚ ବିଦ୍ୟାଳୟର ୧୭୯୮ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୨୮ ଜଣ କନିଷ୍ଠ ସହାୟକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଅଧିନରେ ୨ ଜଣ ସମୀକ୍ଷକଙ୍କୁ ଏହି ଅବସରରେ ନିଯୁକ୍ତିପତ୍ର ପ୍ରଦାନ କରିବେ ।

ନିଯୁକ୍ତି ମେଳା ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଥିବା ବେଳେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ବାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗରଉନ୍ନୟନ ବିଭାଗ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ବିଭିନ୍ନ ବିଭାଗର ସଚିବ ମଧ୍ୟ ଉପସ୍ଥିତ ରହିବେ ।

ରାଜ୍ୟ ସରକାର ଆଗାମୀ ୫ ବର୍ଷରେ ଓଡିଶାର ସାମଗ୍ରିକ ବିକାଶ ଲକ୍ଷ୍ୟ ରଖିଛନ୍ତି । ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରଣ ଦ୍ବାରା ଓଡ଼ିଶାରେ ଦ୍ରୁତ ବିକାଶର ଧାରା ସୃଷ୍ଟି ହେବା ସହ ବିକଶିତ ଭାରତ ଗଠନ ଲକ୍ଷ୍ୟରେ ସମୃଦ୍ଧ, ସଶକ୍ତ ଓ ବିକଶିତ ଓଡ଼ିଶା ନିର୍ମାଣ ସହିତ ଯୁବଶକ୍ତିଙ୍କୁ ସୁଯୋଗ ଦେବା ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri