ବଜେଟ ଅଧିବେଶନ ପାଇଁ ୧୨ରେ ସର୍ବଦଳୀୟ ବୈଠକ: ୧୭ରେ ୨୦୨୫-୨୬ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର,୭ା୨(ବନ୍ଦନା ସେଠୀ):ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବା ବଜେଟ ଅଧିବେଶନ ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଫେବୃଆରୀ ୧୩ରୁ ୨୧ ଓ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ବିଧାନସଭାରେ ଉପସ୍ଥାପିତ ହେବ। ଏହା ପୂର୍ବରୁ ୧୨ ତାରିଖ ପୂର୍ବାହ୍ନ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଏହି ଅଧିବେଶନର ୨୮ଟି ଲମ୍ବା କାର୍ଯ୍ୟଦିବସ ଥିବାରୁ ବିଶେଷକରି ବଜେଟ ସମୟରେ ଶାନ୍ତିଶୃଙ୍ଖଳାର
ସହ ଗୃହ ପରିଚାଳନା ପାଇଁ ବାଚସ୍ପତି ସବୁ ଦଳର ନେତାଙ୍କ ସହ ଆଲୋଚନା କରିବେ। ଫେବୃଆରୀ ୧୪ ଓ ୧୫ ଦୁଇଦିନ ଧରି ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ୧୭ ତାରିଖରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପରେ ଅର୍ଥାତ ୧୯ରେ ପ୍ରାଇଭେଟ ମେମ୍ବର୍ସ ବିଜ୍‌ନେସ ଏବଂ ୨୦ ଓ ୨୧ରେ ବଜେଟ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ। ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ। ମାର୍ଚ୍ଚ ୭ରୁ ଦ୍ୱିତୀୟ ପର୍ଯ୍ୟାୟ ଗୃହ କାର୍ଯ୍ୟ ଆରମ୍ଭ ହେବ। ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ହେବ ଏବଂ ବ୍ୟୟମଞ୍ଜୁରୀ ବିଲ୍‌ ମାର୍ଚ୍ଚ ୨୯ରେ ଆସିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri