Posted inଜାତୀୟ

ହାରିଗଲେ AAP ମୁଖିଆ, ପୁଣି ତିହାର ଜେଲ୍‌ ଠିକଣା!

ନୂଆଦିଲ୍ଲୀ,୮।୨: ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ର୍ନିବାଚନର ଫଳାଫଳର ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ଏହି ର୍ନିବାଚନ ଫଳାଫଳରେ, ଭାରତୀୟ ଜନତା ପାର୍ଟି ପ୍ରାୟ ବହୁମତ ସଂଖ୍ୟା ଅତିକ୍ରମ କରିସାରିଛି। ସରକାର ଗଠନ କରିବା ନେଇ ଆତ୍ମବିଶ୍ୱାସୀ BJP ର ନେତାମାନେ ଖୁସି ମନେଇବାରେ ଲାଗିଛନ୍ତି। ଏହାରି ଭିତରେ ଦିଲ୍ଲୀରେ AAP ର ଗଡ଼ ଏକ ପ୍ରକାର ଭୁଷୁଡି ପଡିଛି। ଦଳ ମୁଖିଆ କେଜରିଓ୍ବାଲ ବଡ଼ ପରାଜୟର ସମ୍ମୁଖୀନ ହୋଇଛନ୍ତି।
ଏଥିସହ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଧ୍ୟ ପରାଜିତ ହୋଇଛନ୍ତି। କେବଳ ଦଳ ମଧ୍ୟରୁ ମୁଖ୍ୟମନ୍ତ୍ରୀ ଆତିଶୀ ମର୍ଲେନା ବଡ଼ ବିଜୟ ହାସଲ କରିଛନ୍ତି।

ଏହାରି ଭିତରେ ଭାଜପା ନେତା ଯୋଗେନ୍ଦ୍ର ଚନ୍ଦୌଲି ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ ଶୁଣିବା ପାଇଁ ମୁଁ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଉଛି। କେଜ୍ରିୱାଲ ସମସ୍ତ ମଡେଲରେ ବିଫଳ ହୋଇଛନ୍ତି। କେଜରିୱାଲ ତିହାର ଯିବେ ଏହା ନିଶ୍ଚିତ। ସେ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲେ କିନ୍ତୁ ଏବେ ସେ ବିଧାୟକ ମଧ୍ୟ ହେବାକୁ ଯାଉନାହାଁନ୍ତି। ଦଳର ହାଇକମାଣ୍ଡ ଦ୍ୱାରା ମନୋନୀତ ଯେକୌଣସି ଦଳୀୟ କର୍ମୀ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ।

ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ଭୋଟ ଗଣତିର ପ୍ରାରମ୍ଭିକ ଟ୍ରେଣ୍ଡରେ, ଭାରତୀୟ ଜନତା ପାର୍ଟି (ବିଜେପି) ୪୩ଟି ଆସନରେ ଆଗୁଆ ଥିବା ବେଳେ ଆମ ଆଦମୀ ପାର୍ଟି (ଆପ) ୨୭ଟି ବିଧାନସଭା ଆସନରେ ଆଗୁଆ ଅଛି। ର୍ନିବାଚନ କମିଶନଙ୍କ ୱେବସାଇଟରେ ଏହି ସୂଚନା ଦିଆଯାଇଛି। ନୂଆଦିଲ୍ଲୀ ଆସନରେ ତିନି ପର୍ଯ୍ୟାୟ ଭୋଟ ଗଣତି ପରେ, ଏଏପି ମୁଖ୍ୟ ଅରବିନ୍ଦ କେଜରିୱାଲ ପରାଜିତ ହୋଇଛନ୍ତି।

ବିଧୁରୀ କହିଛନ୍ତି, ‘ଲୋକେ ଭାଜପାକୁ ଏକ ର୍ନିଣ୍ଣାୟକ ଜନାଦେଶ ଦେବେ।’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ, ଦେଶର ଅନ୍ୟାନ୍ୟ ଅଞ୍ଚଳ ସହିତ ଦିଲ୍ଲୀ ମଧ୍ୟ ପ୍ରଗତି କରିବ। ମୁଁ ପୂର୍ଣ୍ଣ ବିଶ୍ୱାସର ସହିତ କହିପାରିବି ଯେ ଜାତୀୟ ରାଜଧାନୀରୁ AAP ସମ୍ପୂର୍ଣ୍ଣ ନିଶ୍ଚିହ୍ନ ହୋଇଯିବ।’


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri