IND vs ENG: ଆଜି ବାରବାଟୀ ଲଢ଼େଇ

ଭୁବନେଶ୍ୱର, ୯।୨ (ତପନ ସ୍ବାଇଁ): ବାରବାଟୀ ପ୍ରସ୍ତୁତ। ଏହି ଐତିହାସିକ ଷ୍ଟାଡିୟମରେ ରବିବାର ହେବ ଭାରତ-ଇଂଲଣ୍ଡ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ୍‌। ଚଳିତ ସିରିଜର ଏହା ହେବ ଦ୍ୱିତୀୟ ଏକଦିବସୀୟ। ଏଥିପାଇଁ ନୂଆ ରୂପରେ ସଜେଇ ହୋଇଛି ବାରବାଟୀ। ନାଗପୁରରେ ଅନୁଷ୍ଠିତ ପ୍ରଥମ ଦିନିକିଆରେ ଭାରତ ବିଜୟୀ ହୋଇଥିବାରୁ ଏଠାରେ ମ୍ୟାଚ୍‌ ସଂଘର୍ଷପୂର୍ଣ୍ଣ ହେବା ଆଶା କରାଯାଉଛି। କାରଣ ଯଦି ଭାରତ ମ୍ୟାଚ୍‌ ଜିତେ ତେବେ ସିରିଜ ବିଜୟୀ ହୋଇଯିବ। ତେଣୁ ଇଂଲଣ୍ଡ ବିଜୟ ସହ ସିରିଜକୁ ପ୍ରତ୍ୟାବର୍ତ୍ତନ କରିବାକୁ ଚାହିଁବ ନିଶ୍ଚିତ। ଏହି ମ୍ୟାଚ୍‌ ଇଂଲଣ୍ଡ ପାଇଁ ‘କର ବା ମର’ ସ୍ଥିତି ସୃଷ୍ଟି କରିଛି। ଖେଳ ଅପରାହ୍ନ ୧ଟା ୩୦ରେ ଆରମ୍ଭ ହେବ। ମ୍ୟାଚ୍‌କୁ ନେଇ ଓଡ଼ିଶା କ୍ରିକେଟପ୍ରେମୀଙ୍କ ଉତ୍କଣ୍ଠା ଅନ୍‌ଲାଇନ୍‌ଠାରୁ ଆରମ୍ଭ କରି ବକ୍ସ ଅଫିସ ଟିକେଟ ବିକ୍ରିରେ ପ୍ରତିଫଳିତ ହୋଇସାରିଛି। ଏବେ କେବଳ ପ୍ରତୀକ୍ଷିତ ମୁହୂର୍ତ୍ତକୁ ଅପେକ୍ଷା।

ବାରବାଟୀରେ ମ୍ୟାଚ୍‌ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଦଳର ସଦସ୍ୟ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଶନିବାର ଅଭ୍ୟାସ ନ କରି ଇଂଲଣ୍ଡ ଦଳ ମେ ଫେୟାର ହୋଟେଲ ମଧ୍ୟରେ ବିଶ୍ରାମ ନେବାକୁ ପସନ୍ଦ କରିଛି। ଅନ୍ୟପକ୍ଷରେ ଭାରତୀୟ ଦଳ ଅପରାହ୍ନ ୫ଟା ୩୦ରେ ବାରବାଟୀରେ ପହଞ୍ଚତ୍ ନେଟ୍‌ ପ୍ରାକ୍ଟିସ କରିଛି। ନେଟ୍ସ ସମୟରେ ଆକର୍ଷଣର କେନ୍ଦ୍ରରେ ରହିଥିଲେ ତାରକା ବ୍ୟାଟର ବିରାଟ କୋହଲି। ଆଣ୍ଠୁରେ ଆଘାତଜନିତ ସମସ୍ୟା ଯୋଗୁ ବିରାଟ ନାଗପୁର ମ୍ୟାଚ୍‌ରେ ଖେଳିପାରି ନ ଥିଲେ। ମ୍ୟାଚ୍‌ ଆରମ୍ଭର ଅଳ୍ପ କିଛି କ୍ଷଣ ପୂର୍ବରୁ ଅର୍ଥାତ୍‌ ଟସ୍‌ ପରେ ଅଧିନାୟକ ରୋହିତ ଶର୍ମା ଏହା ପ୍ରକାଶ କରିବାପରେ କ୍ରିକେଟପ୍ରେମୀଙ୍କ ମଧ୍ୟରେ ନିରାଶା ଛାଇ ଯାଇଥିଲା। ମାତ୍ର ବିରାଟ ଏବେ ଫିଟ୍‌ ଅଛନ୍ତି ଏବଂ ବାରବାଟୀରେ ଆଗାମୀ ମ୍ୟାଚ୍‌ ଖେଳିବେ ବୋଲି ଶନିବାର ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପ୍ରେସ୍‌ କନ୍‌ଫରେନ୍ସ ହଲ୍‌ରେ ଖବରଦାତାଙ୍କ ସହ ଆଲୋଚନା ଅବସରରେ ସ୍ପଷ୍ଟ କରିଛନ୍ତି ବ୍ୟାଟିଂ କୋଚ୍‌ ସୀତାଂଶୁ କୋଟାକ୍‌। ଏହା ଶୁଣିବାପରେ ଓଡ଼ିଶା କ୍ରିକେଟପ୍ରେମୀଙ୍କ ମଧ୍ୟରେ ଖୁସି ଦ୍ୱିଗୁଣିତ ହୋଇଯାଇଛି। ତେବେ କୋହଲିଙ୍କ ପାଇଁ କେଉଁ ଖେଳାଳିଙ୍କୁ ବାଦ୍‌ ଦିଆଯିବ ତାହା ସେ ସ୍ପଷ୍ଟ କରି ନାହାନ୍ତି। ଏହା ଅଧିନାୟକ ରୋହିତ ଶର୍ମା ଓ କୋଚ୍‌ ଗୌତମ ଗମ୍ଭୀରଙ୍କ କାର୍ଯ୍ୟ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ

ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ ।...

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri