କଳାହାଣ୍ଡିର ଏହି ଜଳପ୍ରପାତରେ ଘଟିଲା ଅଘଟଣ: ସେଲ୍‌ଫି ନେବାବେଳେ ଗୋଡ଼ ଖସି ଯୁବକ ନିଖୋଜ

କୋକସରା,୯।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ପର୍ଯ୍ୟଟନସ୍ଥଳୀ ଗୁଡ଼ହାଣ୍ଡି ଡୋକାରିଚଞ୍ଚରା ଜଳପ୍ରପାତରେ ରବିବାର ଏକ ଅଘଟଣ ଘଟିଛି। ସେଲ୍‌ଫି ନେବାବେଳେ ଜଳପ୍ରପାତରେ ପଡି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଯୁବକ ଜଣକ ହେଲେ ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ଅନ୍ତର୍ଗତ ଡୁମରମୁଣ୍ଡା ଗ୍ରାମର ଅଭିନାଶ ପରଜା(୨୧)।

ମିଳିଥିବା ସୂଚନା ମୁତାବକ, ଅଭିନାଶ ନିଜର ଜଣେ ସାଙ୍ଗ ଦିଲେଶ୍ୱର ଭତରାଙ୍କ ସହ ଏକ ବାଇକରେ ଡୋକାରିଚଞ୍ଚରା ବୁଲିବାକୁ ଆସିଥିଲେ। ଡୋକରି ଜଳପ୍ରପାତର ୬୦ ଫୁଟ ଉପରୁ ମୋବାଇଲରେ ସେଲ୍‌ଫି ଉଠାଉ ଥିବା ବେଳେ ଅସାବଧାନତା କାରଣରୁ ଶିଉଳିରେ ଗୋଡ଼ ଖସି ଡୋକରୀଦର ଜଳପ୍ରପାତର ଗଭୀର ପାଣି ପଡି ନିଖୋଜ ହୋଇଯାଇଥିଲେ। ଦୀର୍ଘ ସମୟ ଧରି ସାଙ୍ଗମାନେ ଖୋଜାଖୋଜି କରିବା ପରେ ମଧ୍ୟ ଯୁବକଙ୍କ କୌଣସି ପତ୍ତା ପାଇ ନ ଥିଲେ।

ଖବର ପାଇ ଧର୍ମଗଡ଼ ବିଧାୟକ ସୁଧୀର କୁମାର ପାଟ୍ଟଯୋଶୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ପାଇଁ ଦମକଳ ଅଧିକାରୀ ଓ ସ୍ଥାନୀୟ ପୋଲିସକୁ ଜଣାଇ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ କହିଥିଲେ। କୋକସରା ଦମକଳ କର୍ମଚାରୀ ଏବଂ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ହେଲେ ବର୍ତ୍ତମାନ ସୁଦ୍ଧା ଯୁବକଙ୍କ କୌଣସି ପତ୍ତା ମିଳିପାରି ନାହିଁ। ଖବର ପାଇ ନିଖୋଜ ଯୁବକଙ୍କ ପରିବାର ଲୋକେ ଘଟଣାସ୍ଥଳକୁ ଆସୁଥିବା ଜଣାପଡିଛି। ପୂର୍ବରୁ ମଧ୍ୟ ଜଳପ୍ରପାତରେ ସେଲ୍‌ଫି ନେବା ସମୟରେ ୨ଜଣ ଯୁବକ ବୁଡି ନିଖୋଜ ହେବାର ଦୀର୍ଘ ସମୟ ପରେ ମୃତଦେହ ଠାବ ହୋଇଥିଲା।

ଅନ୍ୟପକ୍ଷେ ପର୍ଯ୍ୟଟନସ୍ଥଳୀର ସୁରକ୍ଷା ଦାୟିତ୍ୱରେ ଥିବା ଉନ୍ନୟନ କମିଟି ଏବଂ ବନ ବିଭାଗ ପକ୍ଷରୁ ଜଳପ୍ରପାତ ନିକଟକୁ ନ ଯିବା ପାଇଁ କୌଣସି ସତର୍କତା କିମ୍ବା ସୁରକ୍ଷା ସୂଚନା ନେଇ ପର୍ଯ୍ୟଟକଙ୍କୁ ସଚେତନ କରା ଯାଉନାହିଁ। ଫଳରେ ବିଭିନ୍ନ ସମୟରେ ଏଭଳି ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି। ରବିବାର ସା ହୋଇଯିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳୁ ପୁଣି ଉଦ୍ଧାର କାର୍ଯ୍ୟ କରାଯିବ ବୋଲି ଦମକଳ ଓଆଇସି ପ୍ରଶାନ୍ତ ବାଘ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri