ଆର୍‌ଡିସି କ୍ୟାଡେଟଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୧୦ା୨(ବାବୁଲା ପ୍ରଧାନ)-ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଙ୍ଗର କ୍ୟାଡେଟ ନିବେଦିତା ବିଷୋୟୀ ଏବଂ ଫକୀର ମୋହନ ରାଉତ ଦିଲ୍ଲୀରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଂଶ ଗ୍ରହଣ କରିଥିଲେ। ଏହାପରେ ସେମାନେ ଗତ ୨୮ ତାରିଖରେ ପିଏମ ରାଲିରେ ମଧ୍ୟ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ପାଇଥିଲେ। ସୋମବାର ଏହି ଆର୍‌ଡିସି କ୍ୟାଡେଟଦ୍ୱୟ ଭଞ୍ଜନଗର ଫେରିବା ପରେ କଲେଜ ତରଫରୁ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଫୁଲତୋଡ଼ା ଦେଇ ନିବେଦିତା ଓ ଫକୀର ମୋହନଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏହାପରେ ଏନସିସି ଶାଖା ଏବଂ ଗଣ ଯୋଗାଯୋଗ ବିଭାଗ ପକ୍ଷରୁ ମଧ୍ୟ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଏନସିସି ଆର୍ମି ଅଫିସର ଲେଫ୍ଟନାଣ୍ଟ ରଜନୀ କାନ୍ତ ତ୍ରିପାଠୀ, ଡ ରବିନ୍ଦ୍ର ମିଶ୍ର, ଅଧ୍ୟାପିକା ସୁନିତା ରାଣୀ ଖଣ୍ଡୁଆଳ ପ୍ରମୁଖ ଉପସ୍ଥିତ ରହି ଛାତ୍ରୀ ଛାତ୍ରଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ

ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର...

ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!

ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ...

IRCTC ଆଣୁଛି ନୂଆ ନିୟମ, ମିଳିବ ଏହି ସବୁ ସୁବିଧା

ନୂଆଦିଲ୍ଲୀ,୧୨।୧୨:  ଟ୍ରେନରେ ଯାତ୍ରା କରିବା ସମୟରେ ଆଉ ଖାଇବା ସମସ୍ୟା ଭୋଗିବାକୁ ପଡିବ ନାହିଁ । ଏଣିକି ଫ୍ଲାଇଟ ଭଳି ଖାଦ୍ୟର ମଜା ଟ୍ରେନରେ ମଧ୍ୟ...

ଭାରତକୁ ବଡ଼ ଝଟକା ଦେଲା ମେକ୍ସିକୋ, ୫୦% ଟାରିଫ୍‌ ଲଗାଇବା ପରେ ଏସବୁ ଜିନିଷର ବଢିଯିବ ଦାମ୍‌

ନୂଆଦିଲ୍ଲୀ, ୧୨ା୧୨: ମେକ୍ସିକୋ ସିନେଟ୍‌ରେ ବୁଧବାର ନୂଆ ଟାରିଫ୍‌ ରିଜାଇମ୍‌ ସମ୍ପର୍କିତ ଏକ ବିଲ୍‌ ପାରିତ ହୋଇଛି। ବିଧେୟକ ସପକ୍ଷରେ ୭୬ ଓ ବିରୋଧରେ ୫...

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ବ୍ୟାପିଲା ନିଆଁ, ଦେଖନ୍ତୁ ଭିଡିଓ…

ଭୁବନେଶ୍ୱର,୧୨।୧୨: ଭୁବନେଶ୍ୱରର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ।...

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ...

ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri