ଖାଲି ବାରବାଟୀ ମ୍ୟାଚ ନୁହେଁ ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ କାର୍ଯ୍ୟକ୍ରମରେ ବି କଟିଥିଲା ଲାଇଟ, ହେଲେ କାହିଁକି…

ଭୁବନେଶ୍ୱର,୧୧।୨: ବାରବାଟୀ ଲାଇଟ ବିଭ୍ରାଟକୁ ନେଇ ଗୋହି ଖୋଳିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ସେ କହିଛନ୍ତି,ଏଥିରେ ଟାଟା ପାୱାର ଭୂମିକା ନାହିଁ, ଜେନେରେଟରରେ ଚାଲିଥିଲା। ଯେଉଁ ରାଜନୈତିକ ଦଳ ପ୍ରଶ୍ନ କରୁଛି ଟିକେ ମନେ ପକାନ୍ତୁ
ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ କାର୍ଯ୍ୟକ୍ରମରେ ଲାଇଟ କଟିଥିଲା। ସେତେବେଳେ ଜେନେରେଟର ନୁହେଁ, ସରକାରୀ ସପ୍ଲାଇ ଥିଲା। ସେତେବେଳେ କଣ ହେଲା ଆଜିଯାଏଁ ସ୍ପଷ୍ଟୀକରଣ ମିଳିନି। ଅନ୍ୟକୁ ପଚାରିବା ପୂର୍ବରୁ ନିଜକୁ ଦେଖନ୍ତୁ ବୋଲି କେଭି ସିଂଦେଓ କହିଛନ୍ତି।

କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ହଠାତ୍‌ ଫ୍ଲଡ ଲାଇଟ ବନ୍ଦ ହୋଇଯାଇଥିଲା। ଫଳରେ ମ୍ୟାଚ୍‌ କିଛି ସମୟ ବନ୍ଦ ହୋଇଯାଇଥିଲା। ଏହାକୁ ନେଇ ରାଜନୀତି ତେଜିବାରେ ଲାଗିଛି। କ୍ରୀଡ଼ା ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି ବିଜେଡି । ମନ୍ତ୍ରୀ ଚାରି ଚାରି ଥର ବାରବାଟୀ ଯାଇ ସମୀକ୍ଷା କରିଥିଲେ। ହେଲେ କେଉଁ ପରିସ୍ଥିତିରେ ଫ୍ଲଡ ଲାଇଟ୍‌ ହଠାତ୍‌ ବନ୍ଦ ହୋଇଗଲା ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି।

ମ୍ୟାଚ୍‌ ଆରମ୍ଭରୁ ଶେଷ ଯାଏ ଡିଜି ସେଟ୍‌ ଅନ୍‌ ରହିବା କଥା ହେଲେ ଲାଇଟ୍‌ ବନ୍ଦ ହେଲା କେମିତି ବୋଲି ବିଜେଡି ନେତା ଲେନିନ ମହାନ୍ତି ଅଭିଯୋଗ କରିଥିଲେ। ଫ୍ଲଡ ଲାଇଟ୍‌ ବନ୍ଦ ହେବା ପ୍ରଶଙ୍ଗକୁ ନେଇ ଓଡ଼ିଶା ବିଶ୍ବରେ ନିନ୍ଦିତ ହୋଇଛି ବୋଲି ଲେନିନ କହିଥିଲେ।

ଅନ୍ୟପକ୍ଷେ ବାରବାଟୀରେ ଫ୍ଲଡ ଲାଇଟ ଲିଭିଯିବା ପ୍ରସଙ୍ଗକୁ ନେଇ କ୍ରୀଡ଼ା ଓ ଯୁବ ବିଭାଗ ପକ୍ଷରୁ ଓସିଏକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। କାହିଁକି ମ୍ୟାଚ୍‌ ବେଳେ ଲାଇଟ୍‌ ବନ୍ଦ ହେଲା ତାହାର ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଘଟଣା ପାଇଁ କିଏ ଦାୟୀ ତାକୁ ନେଇ ୧୦ ଦିନରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ହୋଇଛି। ଅନ୍ୟପକ୍ଷେ ଖେଳ ବାଧାପ୍ରାପ୍ତକୁ ନେଇ ଦର୍ଶକଙ୍କୁ ନିରାଶ ହେବାକୁ ପଡିଥିଲା। ଏପରିକି ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଏଭଳି ତ୍ରୁଟିକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri