Posted inଜାତୀୟ

ଜମ୍ମୁର ଅଖନୁରରେ LoC ନିକଟରେ ଆଇଇଡି ବିସ୍ଫୋରଣ, ଶହୀଦ ହୋଇଗଲେ ୨ ଯବାନ

ନୂଆଦିଲ୍ଲୀ,୧୧।୨: ଜମ୍ମୁର ଅଖନୁର ସେକ୍ଟରରେ ଆଇଇଡି (ଇମ୍ପ୍ରୋଭାଇଜଡ୍‌ ଏକ୍ସପ୍ଲୋସିଭ ଡିଭାଇସ୍‌) ବିସ୍ଫୋରଣରେ ୨ ସୈନିକ ଶହୀଦ ହୋଇଛନ୍ତି। ଲାଲେଲିର ସୀମାରେଖା ନିକଟରେ ଏକ ସର୍ଚ୍ଚ ଅପରେଶନ ଚାଲିଥିବା ସମୟରେ ଏହି ବିସ୍ଫୋରଣ ଘଟିଛି। ଏବେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଚାଲିଥିବା ହ୍ବାଇଟ ନାଇଟ୍‌ କର୍ପସ କହିଛନ୍ତି।

ଅଧିକାରୀମାନେ କହିଛନ୍ତି ଯେ ସୈନିକମାନେ ଅଖନୁର ସେକ୍ଟରରେ ନିୟନ୍ତ୍ରଣ ରେଖା ନିକଟ ଭଟ୍ଟାଲ ଅଞ୍ଚଳରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ବିସ୍ଫୋରଣ ଘଟିଥିଲା। ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଯେ ଏକ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ ଡିଭାଇସ (IED)ରେ ବିସ୍ଫୋରଣ ଘଟିଛି। ଏହାକୁ ଆତଙ୍କବାଦୀମାନେ ଲଗାଇଥିବା କୁହାଯାଉଛି। ବିସ୍ଫୋରଣ ପରେ ସମଗ୍ର ଅଞ୍ଚଳକୁ ଘେରାଉ କରାଯାଇଛି।

ଆଇଇଡି ବିସ୍ଫୋରଣ ବ୍ୟତୀତ ଆଜି ଜମ୍ମୁର ଅଖନୁର ସେକ୍ଟରରେ ଏକ ମୋର୍ଟାର ସେଲ୍‌ ମିଳିଛି। ଏହାକୁ ବୋମା ନିଷ୍କ୍ରିୟକାରୀ ଦଳ ନିଷ୍କ୍ରିୟ କରିଦେଇଛି। ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ସ୍ଥାନୀୟ ଲୋକମାନେ ନାମାନ୍ଦର ଗାଁ ନିକଟସ୍ଥ ପ୍ରତାପ କେନାଲରେ ଏକ ମୋର୍ଟାର ସେଲ ଦେଖିଥିଲେ। ଏନେଇ ସୂଚନା ମିଳିବା ମାତ୍ରେ ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହା ପରେ ବୋମା ନିଷ୍କ୍ରିୟ ଦଳକୁ ଡକାଯାଇଥିଲା, ଯେଉଁମାନେ ମୋର୍ଟାର ସେଲକୁ ନିଷ୍କ୍ରିୟ କରିଥିଲେ।

କହିରଖୁଛୁ, କଶ୍ମୀର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିବାକୁ ନିରନ୍ତର ଷଡ଼ଯନ୍ତ୍ର କରାଯାଉଛି। ଏହି ମାସରେ ଜମ୍ମୁ ଅଞ୍ଚଳର ରାଜୌରୀ ଜିଲାର କେରି ସେକ୍ଟରରେ ଏଲ୍‌ଓସି ନିକଟରେ ଆତଙ୍କବାଦୀମାନେ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ଏହା ଅନୁଭବ କରିବା ମାତ୍ରେ ସତର୍କ ସୈନିକମାନେ ଆକ୍ରମଣର ଦାୟିତ୍ୱ ଗ୍ରହଣ କଲେ ଏବଂ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଦେଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri