ନବଜାତକଙ୍କୁ ଜନ୍ମ ଦେଇ ଶୌଚାଳୟ ପ୍ୟାନ୍‌ରେ ଫିଙ୍ଗିଦେଲେ ନାବାଳିକା ଛାତ୍ରୀ, ଆଉ ତା’ ପରେ…

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): ସ୍ବାସ୍ଥ୍ୟକେନ୍ଦ୍ରର ଶୌଚାଳୟରୁ ମୃତ ନବଜାତ ଶିଶୁ ଉଦ୍ଧାର ହୋଇଛି। ଜନୈକା ନାବାଳିକା ଛାତ୍ରୀ ନବଜାତକଙ୍କୁ ଜନ୍ମ ଦେଇ ଶୌଚାଳୟ ମଧ୍ୟରେ ଫିଙ୍ଗିଦେଇଥିଲେ ବୋଲି ଚର୍ଚ୍ଚା ହେଉଛି। ଅଗ୍ନିଶମ ବିଭାଗ ପକ୍ଷରୁ ଶୌଚାଳୟ ଭାଙ୍ଗି ମୃତ ନବଜାତକଙ୍କୁ ଉଦ୍ଧାର କରାଯାଇଛି।

ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ତେବେ ସୂଚନା ମୁତାବକ ବୁଧବାର ସକାଳେ ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଜଣେ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ସ୍ବାସ୍ଥ୍ୟ ଖରାପ ଥିବାରୁ ପରିବାର ଲୋକଙ୍କ ସହ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ଆଉ ସେ ବହର୍ବିଭାଗର ପୁରୁଷ ଶୌଚାଳୟକୁ ଯାଇଥିବା ବେଳେ ସେଠି ନବଜାତ ଶିଶୁଙ୍କୁ ଜନ୍ମ ଦେଇଥିଲେ। ତା’ପରେ ନବଜାତ ଶିଶୁଙ୍କୁ ଶୌଚାଳୟର ପ୍ୟାନ୍‌ ମଧ୍ୟରେ ଫୋପାଡ଼ି ସେଠାରୁ ଛାତ୍ରୀ ଜଣଙ୍କ ଚାଲିଯିବାକୁ ଉଦ୍ୟମ ରଖିଥିବା ବେଳେ ନବଜାତ ଶିଶୁର ମୁଣ୍ଡଟି କିନ୍ତୁ ଶୌଚାଳୟରେ ଫସି ରହିଯାଇଥିଲା। ନା ତାହା ଆଗକୁ ଯାଉଥିଲା ନା ପଛକୁ ଫେରୁଥିଲା। ଏଭଳି ସ୍ଥିତିରେ ଛତ୍ରୀଙ୍କ ମା’ ଜାଣିବାକୁ ପାଇ ନବଜାତର ଗୋଡ଼କୁ ଧରି ସେଠି ବସି ରହିଥିଲେ।

ସ୍ବାସ୍ଥ୍ୟକେନ୍ଦ୍ରର କର୍ତ୍ତୃପକ୍ଷ ଖବର ପାଇ ଛାତ୍ରୀଙ୍କୁ ପ୍ରସୂତି କକ୍ଷକୁ ନେବା ସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ପହଞ୍ଚି ଶୌଚାଳୟ ଖୋଳି ବାହାର କରିଥିବା ବେଳେ ନବଜାତଙ୍କ ମୃତ୍ୟୁ ହୋଇସାରିଥିବା ଜଣାପଡ଼ିଛି। ତେବେ ଛାତ୍ରୀ ଜଣକ ଅନ୍ୟ ଥାନା ଅଞ୍ଚଳରେ ପଢ଼ୁଥିବା ବେଳେ ଗତକାଲି ହିଁ ସେ ନିଜ ଘରକୁ ଆସିଥିଲେ। ଆଜି ସକାଳୁ ଏ ସବୁ ଘଟଣା ଘଟିଛି। ଯାହାକି ସେ ଯେଉଁ ମହାବିଦ୍ୟାଳୟର ଅଧ୍ୟୟନ କରୁଥିଲେ ତାଙ୍କ କାର୍ଯ୍ୟଧାରାଙ୍କୁ ନେଇ ଅନେକ ବିଷୟ ଆଲୋଚନାକୁ ଆସିଛି। ସେପଟେ ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ଏବଂ ଦାରିଙ୍ଗବାଡ଼ି ପୋଲିସ ମଧ୍ୟ ଖବର ପାଇ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri