Posted inଖେଳ

Shubaman Gill Century: ଅହମ୍ମଦାବାଦରେ ଇତିହାସ ରଚିଲେ ଶୁଭମନ ଗିଲ, ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ…

ଅହମ୍ମଦାବାଦ,୧୨।୨: ଇତିହାସ ରଚିଲେ ଭାରତୀୟ ଉପଅଧିନାୟକ ତଥା ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲ। ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ତୃତୀୟ ତଥା ଅନ୍ତିମ ମୁକାବିଲାରେ ସେ ୯୫ ବଲ୍‌ରେ ଶତକ ମାରିଛନ୍ତି। ଏହା ତାଙ୍କ କ୍ୟାରିୟରର ୭ମ ଶତକ। ତେବେ ଏହି ଶତକ ସହ ଗିଲ୍‌ ଦୁନିଆର ସବୁଠାରୁ ବଡ଼ ମଇଦାନରେ ତିନୋଟି ଯାକ ଫର୍ମାଟରେ ଶତକ ମାରିଥିବା ପ୍ରଥମ ଖେଳାଳି ପାଲଟିଛନ୍ତି।

ଗିଲ ଅହମ୍ମଦାବାଦ ମଇଦାନରେ ଟେଷ୍ଟ, ଦିନିକିଆ, ଟି୨୦ ଏବଂ ଆଇପିଏଲ୍‌ରେ ଶତକ ମାରିଛନ୍ତି। ୨୦୨୩ରେ ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ସେ ୧୨୮ ରନ୍‌(ଟେଷ୍ଟ)ର ଇନିଂସ ଖେଳିଥିଲେ। ସେହିଭଳି ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ରେ ୧୨୬ ରନ୍‌ର ଇନିଂସ ଖେଳିଥିଲେ। ଏବେ ସେ ଇଂଲଣ୍ଡ ବିପକ୍ଷ ଦିନିକିଆରେ ୧୧୨ ରନ୍‌ର ଇନିଂସ ଖେଳି ତିନୋଟି ଯାକ ଫର୍ମାଟରେ ଶତକର ହାଟ୍ରିକ ପୂରଣ କରିଛନ୍ତି।

ଅନ୍ତର୍ଜାତୀୟ କ୍ୟାରିୟର ବିଷୟରେ କହିଲେ ଗିଲ୍‌ଙ୍କ ଏହା ୧୩ ଶତକ। ସେ ଟେଷ୍ଟ କ୍ରିକେଟରେ ୭, ଦିନିକିଆରେ ୫, ଟି୨୦ରେ ୧ ଶତକ ମାରିଛନ୍ତି। ତେବେ ଏବେ ଗିଲ ଶତକ ସହ ଦିନିକିଆ କ୍ରିକେଟରେ ୨୫୦୦ ରନ୍‌ ପୂରଣ କରିଛନ୍ତି। ସେ ଏଯାବତ ୫୦ ମ୍ୟାଚ୍‌ ଖେଳିଥିବା ବେଳେ ୧୦୧.୯୩% ହାରରେ ୨୫୮୭ ରନ୍‌ କରିଛନ୍ତି। ୨୦୮ ତାଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri