କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସ

ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଫେରିଲା ପରେ ପ୍ରଥମେ ବରିଷ୍ଠ ନେତାଙ୍କୁ ଭେଟିବି। ଏହା ପରେ ଭୁବନେଶ୍ବରରୁ ପୁରୀ ପଦଯାତ୍ରା କରି ଶ୍ରୀଜିଉଙ୍କୁ ଦର୍ଶନ କରିବି। ଭକ୍ତ ଆଜି ଏକ ବଡ଼ କଥା କହିଛନ୍ତି, ସେ କହିଛନ୍ତି, କଂଗ୍ରେସ କ୍ଷମତାକୁ ଫେରିଲେ ମଧ୍ୟ ମୁଁ ମୁଖ୍ୟମନ୍ତ୍ରୀ ହେବିନାହିଁ। ସର୍ବଦା ସଂଗଠନ ପାଇଁ କାମ କରିବି। ଯିଏ ଭଲ କାମ କରିବ ସିଏ ଗୁରୁତ୍ୱ ପାଇବ। ଏଥିସହିତ ଦଳକୁ ମଜଭୁତ ରଖିବାକୁ ଲୋକଙ୍କ ପାଖକୁ ଯାଇ ଅନୁରୋଧ କରିବି ବୋଲି ଭକ୍ତ କହିଛନ୍ତି।

ସୂଚନାଯୋଗ୍ୟ, କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଥିଲ। ତେବେ ପିସିସି ସଭାପତି ହେବା ପରେ ଭକ୍ତ ଚରଣ ଗଣମାଧ୍ୟମ ଆଗରେ ସମସ୍ତ ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତରୁଣ, ବରିଷ୍ଠ ସମସ୍ତଙ୍କୁ ନେଇ କାମ କରିବି। କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେ ଘରେ ପହଞ୍ଚାଇବୁ।

ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନରେ ରାଜ୍ୟରେ ଦଳର ଶୋଚନୀୟ ପରାଜୟ ପରେ ପୂର୍ବତନ ସଭାପତି ଶରତ ନାୟକ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଏହି ପଦବୀ ଖାଲି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri