ଟ୍ରକ ଧକ୍କାରେ ବାଇକଚାଳକଙ୍କ ମୃତ୍ୟୁ : ୨ ଆହତ

ଆର୍‌.ଉଦୟଗିରି,୨୬।୮(ଡି.ଏନ୍‌.ଏ.) : ଗଜପତି ଜିଲା ଆର୍‌.ଉଦୟଗିରି ଥାନା ଅଞ୍ଚଳରେ ଟ୍ରକ୍‌ ଧକ୍କାରେ ଜଣେ ବାଇକଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ନୂଆଗଡ଼ ବ୍ଲକ ଅନ୍ତର୍ଗତ ଅନୁଗୁର ପଞ୍ଚାୟତର ଜାମସାହି ଗ୍ରାମର ବନ୍ଧୁ ମାଝି କୌଣସି କାମରେ ନୂଆଗଡ଼ ବ୍ଲକ କାର୍ଯ୍ୟାଳୟକୁ ଯାଉଥିଲେ। ଏହି ସମୟରେ ଆର୍‌.ଉଦୟଗିରି ଗ୍ରାମ ନିକଟସ୍ଥ ବାଦପୁର ଛକରେ ପାଇପ ଧରି ଆସୁଥିବା ଏକ ଟ୍ରକର ଉକ୍ତ ବାଇକ ସହ ଧକ୍କା ହୋଇଥିଲା। ଏଥିରେ ବାଇକଚାଳକ ବନ୍ଧୁ ମାଝି ଗୁରୁତର ହୋଇଥିଲେ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ଚିକିତ୍ସାଧୀନ ସମୟରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଟ୍ରକ ଡ୍ରାଇଭର ଏବଂ ହେଲପର ସାମାନ୍ୟ ଆହତ ହୋଇଛନ୍ତି। ବନ୍ଧୁଙ୍କ ମୃତ୍ୟୁ ଖବର ପାଇ ସବ୍‌କଲେକ୍ଟର ରଜନୀକାନ୍ତ ସ୍ବାଇଁ, ବିଡିଓ ପ୍ରଦୀପ କୁମାର ନାୟକ, ତହସିଲଦାର ସ୍ମୃତିରଞ୍ଜନ ଶତପଥୀ ଏବଂ ଥାନାଧିକାରିଣୀ ମମତା ନାୟକ ଡାକ୍ତରଖାନାରେ ପହଞ୍ଚି ମୃତକଙ୍କ ପରିବାର ସହ ଆଲୋଚନା କରିଛନ୍ତି। ପରିବାର ଲୋକ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରିଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ୭ ଦିନ ମଧ୍ୟରେ ଗାଡ଼ିମାଲିକଙ୍କୁ ଡାକି ଆଲୋଚନା କରାଯିବାକୁ ପ୍ରତିଶ୍ରୁତି ଦିଆଯିବା ପରେ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡ଼ିଛନ୍ତି। ପୋଲିସ କେସ୍‌ ନଂ ୯୨୧/୧୯ରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡି ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri