୧୫ ପ୍ଲଟ୍‌, କାଜୁ ପ୍ରୋସେସିଂ ୟୁନିଟ୍‌ ସହ ରହିଛି ଲକ୍ଷଲକ୍ଷ ଟଙ୍କାର ସମ୍ପତ୍ତି

କୋରାପୁଟ/କୋଟପାଡ଼,୧୩ା୨(ଅମିତାଭ ବେହେରା/କେ.ରାଜଶେଖର ରାଓ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ ପକ୍ଷରୁ କୋଟପାଡ଼ ବ୍ଲକ୍‌ ବତାସନା ପଞ୍ଚାୟତ ଆକାଉଣ୍ଟାଣ୍ଟ ତଥା ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ପାର୍ଥସାରଥି ବିଷୋୟୀଙ୍କ ଚମ୍ପିଆସ୍ଥିତ ବାସଭବନ ସହ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ବର୍ତ୍ତମାନ ସୁଦ୍ଧା ପାର୍ଥଙ୍କ ୩ଟି ବିଲ୍‌ଡିଂ, କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ୧୫ଟି ପ୍ଲଟ୍‌, ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା, ୨୮୫ ଗ୍ରାମ ସୁନା, ୭୦୩ ଗ୍ରାମ ରୁପା,୨ଟି କଂକ୍ରିଟ୍‌ ମିକ୍ସଚର ମେଶିନ ଓ ୮୫୦୦ବର୍ଗଫୁଟର କାଜୁ ପ୍ରୋସେସିଂ ୟୁନିଟ୍‌ ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଗୁରୁବାର ସକାଳେ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ର ବତାସନା ପଞ୍ଚାୟତର ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର ପାର୍ଥସାରଥିଙ୍କ ପୈତୃକ ଘରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା। ପାର୍ଥଙ୍କ କୋରାପୁଟ ଚମ୍ପିଆ ବାସଭବନ, ଭାଇଙ୍କ ଘର, ସମ୍ପର୍କୀୟ ଘର, ଚମ୍ପିଆସ୍ଥିତ ସାଇକ୍ରିଷ୍ଣା ଏଣ୍ଟରପ୍ରାଇଜେସ୍‌, ବୋରିଗୁମ୍ମାସ୍ଥିତ ୩ ମହଲା କୋଠା ଓ ବତାସନାସ୍ଥିତ ଅଫିସ ଆଦି ସ୍ଥାନରେ ଚଢ଼ାଉହୋଇଥିଲା। ଭିଜିଲାନ୍ସ ଟିମ୍‌ରେ ୨ଜଣ ଅତିରିକ୍ତ ଏସ୍‌ପି, ୪ ଡିଏସ୍‌ପି, ୬ଇନ୍ସପେକ୍ଟର ଓ ୬ ଏଏସ୍‌ଆଇ ସାମିଲ ରହିଥିଲେ। ଅଧିକ ଖୋଳତାଡ଼ ପାଇଁ ପାର୍ଥଙ୍କୁ ଜୟପୁର ଭିଜିଲାନ୍ସ ଅଫିସକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri