ସହରରେ ଜବରଦଖଲ ଉଚ୍ଛେଦ ଆରମ୍ଭ: ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଉପରେ ସଭିଁଙ୍କ ନଜର

ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ଭିଏସଏସ ନଗରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରାସ୍ତାପାର୍ଶ୍ୱ ସରକାରୀ ଜମିରେ ରହିଥିବା ଦୋକାନ, ଠେଲା ଆଦି ଗୁଡ଼ିକୁ ହଟାଇ ଦିଆଯାଇଛି। ସେହିପରି ସରକାରୀ ଜମିକୁ ମାଡ଼ି ଆସି ଆସିଥିବା କୋଠାଘରର ପାହାଚ ଆଦି ଅଂଶକୁ ମଧ୍ୟ ବୋଲଡୋଜର ସାହାଯ୍ୟରେ ଭାଙ୍ଗି ଦିଆଯାଇଛି। ଉଚ୍ଛେଦ ପ୍ରକ୍ରିୟା ଚାଲିଥିବାବେଳେ ସ୍ଥାନୀୟ ତହସିଲଦାର ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିଲେ। ସେହିପରି ସ୍ଥାନୀୟ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଦେବାନନ୍ଦ ସାହୁଙ୍କ ସମେତ ରାଜସ୍ବ ନିରୀକ୍ଷକ ଏବଂ ବିଭାଗୀୟ କର୍ମଚାରୀମାନେ ଉପସ୍ଥିତ ଥିଲେ। ସମ୍ପୃକ୍ତ ସ୍ଥାନର ଜବରଦଖଲ ଅଂଶ ଖାଲି କରିବା ପାଇଁ ୨ ଦିନ ପୂର୍ବରୁ ପୌର ପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ରରେ ପ୍ରଚାର କରାଯାଇଥିଲା। ଅନ୍ୟପଟେ ଏପର୍ଯ୍ୟନ୍ତ ବହୁଚର୍ଚ୍ଚିତ ବରଗଡ଼ ଲେଙ୍ଗୁ ମିଶ୍ର ଛକଠାରୁ ଜୀରାବ୍ରିଜ ପଯର୍‌ୟନ୍ତ ରାସ୍ତା ଜବରଦଖଲ କେବେ ଉଚ୍ଛେଦ କରାଯିବ ବୋଲି ସାଧାରଣରେ ପ୍ରଶ୍ନ ଉଠିଛି। ତେବେ ତାର ଶୁଣାଣି ପ୍ରକ୍ରିୟା ଚାଲିଛି ଏବଂ ଶୁଣାଣି ପରେ ବିହିତ ପଦକ୍ଷେପ ନିଆଯିବ ବୋଲି ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri