Posted inଜାତୀୟ

ଆମେରିକାରୁ ଫେରି ରାହୁଲଙ୍କ ସହ ବଡ଼ ବୈଠକ କରିବେ ମୋଦି, ହେବ ବଡ଼ ଘୋଷଣା, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୧୪।୨: ୨ଦିନିଆ ଆମେରିକା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଗସ୍ତରୁ ଫେରିବା ପରେ ତାଙ୍କର ବିରୋଧୀ ଦଳ ତତା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ସହ ଏକ ବଡ଼ ବୈଠକ ବସିବାକୁ ଯାଉଛି। ଯାହାକୁ ନେଇ ଏବେ ସବୁଠି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ନିକଟରେ ଦୁଇ ଦୁଇଟି ବିଧାନସଭା ନିର୍ବାଚନ ସରିଥିବାବେଳେ ଦୁଇ ଦୁଇଟିରେ ଭାଜପା ପ୍ରଚଣ୍ଡ ବହୁମତ ପାଇଛି। ଏସବୁ ପରେ ମୋଦି ଆମେରିକାରେ ପହଞ୍ଚି ରାହୁଲଙ୍କୁ ଟାର୍ଗେଯ ମଧ୍ୟ କରିଛନ୍ତି। କିନ୍ତୁ ସେଠାରୁ ଫେରିବା ପରେ ପରସ୍ପର ମୁହାଁମୁହିଁ ହେବାକୁ ଯାଉଛନ୍ତି।

କାରଣ ନୂଆ ମୁଖ୍ୟ ର୍ନିବାଚନ କମିଶନର (CEC) ଚୟନ କରିବା ପାଇଁ ଆଇନ ମନ୍ତ୍ରଣାଳୟ ଦ୍ୱାରା ୧୭ ଫେବୃଆରୀ ୨୦୨୫ରେ ଏକ ତିନି ସଦସ୍ୟ ବିଶିଷ୍ଟ କମିଟିର ବୈଠକ ଡକାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଚୟନ କମିଟି ବୈଠକରେ ଯୋଗଦେବେ। ବର୍ତ୍ତମାନର ସିଇସି ରାଜୀବ କୁମାରଙ୍କ କାର୍ଯ୍ୟକାଳ ୧୮ ଫେବୃଆରୀରେ ଶେଷ ହେବାକୁ ଯାଉଛି।

Modi-Rahul meting: କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଅଧ୍ୟକ୍ଷତାରେ ଏକ ସର୍ଚ୍ଚ କମିଟି ଗଠନ କରାଯାଇଥିଲା, ଯେଉଁଥିରେ ଦୁଇ ଜଣ ସଦସ୍ୟ ଥିଲେ – ଅର୍ଥ ବିଭାଗ ସଚିବ ଏବଂ କାର୍ମିକ ଏବଂ ତାଲିମ ବିଭାଗ ସଚିବ। ଏପର୍ଯ୍ୟନ୍ତ ସବୁଠାରୁ ବରିଷ୍ଠ ର୍ନିବାଚନ କମିଶନରଙ୍କୁ ସିଇସିଙ୍କ ଅବସର ପରେ ମୁଖ୍ୟ ର୍ନିବାଚନ କମିଶନର ଭାବରେ ପଦୋନ୍ନତି ଦିଆଯାଉଥିଲା। ତଥାପି, ଗତ ବର୍ଷ ସିଇସି ଏବଂ ର୍ନିବାଚନ କମିଶନର (EC)ଙ୍କ ନିଯୁକ୍ତି ସମ୍ପର୍କିତ ଏକ ନୂତନ ଆଇନ କାର୍ଯ୍ୟକାରୀ ହେବା ପରେ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ ଆସିଛି।

ପ୍ରଥମ ଥର ପାଇଁ ମୁଖ୍ୟ ର୍ନିବାଚନ କମିଶନର ଏବଂ ଅନ୍ୟାନ୍ୟ ର୍ନିବାଚନ କମିଶନର (ନିଯୁକ୍ତି, ସେବା ସର୍ତ୍ତାବଳୀ ଏବଂ କାର୍ଯ୍ୟକାଳ) ଆଇନ, ୨୦୨୩ର ବ୍ୟବସ୍ଥାଗୁଡ଼ିକୁ ମୁଖ୍ୟ ର୍ନିବାଚନ କମିଶନରଙ୍କ ନିଯୁକ୍ତି ପାଇଁ ପ୍ରବର୍ତ୍ତନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri