୯ ମାସ ପରେ ଘର ବାହୁଡ଼ା ହେଲେ ସୁର ରାଉତରାୟ, ଭାବବିହ୍ବଳ ହୋଇ କାନ୍ଦି ପକାଇଲେ, କହିଲେ…

ଭୁବନେଶ୍ୱର, ୧୫।୨: ନିଲମ୍ବନ ହଟିବା ପରେ ଘର ବାହୁଡ଼ା ହେଲେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ। ଶନିବାର ସୁର କଂଗ୍ରେସ ଭବନରେ ମୁଣ୍ଡିଆ ମାରି ଭିତରକୁ ପଶିଛନ୍ତି। ଏହି ସମୟରେ ସୁରଙ୍କ ସହ ବଡ଼ପୁଅ ସିଦ୍ଧାର୍ଥ ରାଉତରାୟ ଉପସ୍ଥିତ ଥିଲେ। ୯ ମାସ ପରେ ଫେରିବାରୁ ଭାବବିହ୍ବଳ ହୋଇ କଂଗ୍ରେସ ନେତା କାନ୍ଦି ପକାଇଛନ୍ତି। ନିଲମ୍ବନ ହଟିବା ନିଷ୍ପତ୍ତି ପରେ କଂଗ୍ରେସ ଅଧ୍ୟକ୍ଷ ଓ ପିସିସି ସଭାପତି ଏବଂ ଯୁବ କଂଗ୍ରେସକୁ ବିଶେଷ ଧନ୍ୟବାଦ ଜଣାଇଛନ୍ତି। ସୁର କହିଛନ୍ତି, ୯ ମାସ ବହୁତ ଯନ୍ତ୍ରଣାରେ ଥିଲି । କିଛି କୁଚକ୍ରୀ ମୋତେ ଷଡ଼ଯନ୍ତ୍ର କରି ନିଲମ୍ବନ କରିଥିଲେ। ଆଜି ମୋ ମନ୍ଦିରକୁ ମୁଁ ଫେରିଲି, ବହୁତ ଖୁସି। ଆଉ କନ୍ଦଳ ରହିବନି, ମିଳିମିଶି ସଂଗଠନ ପାଇଁ କାମ କରିବୁ।

ପିସିସି ସଭାପତି ଭକ୍ତଚରଣ ଦାସଙ୍କ ଦସ୍ତଖତରେ ଶୁକ୍ରବାର ଏକ ପ୍ରେସ ରିଲିଜ ଜାରି ହୋଇଛି । ଏହି ପ୍ରେସ ରିଲିଜ ମାଧ୍ୟମରେ ଶ୍ରୀ ଦାସ କଂଗ୍ରେସର ପୁରୁଣା କର୍ମୀ ଓ ନେତାମାନଙ୍କୁ ପୁଣିଥରେ ଦଳରେ ସ୍ବାଗତ କରିଛନ୍ତି । ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବନ ଓ ବହିଷ୍କାର କରାଯାଇଥିଲା, ତାକୁ ପ୍ରତ୍ୟାହାର କରି ଦିଆଗଲା । ବିଭିନ୍ନ ସମୟରେ କୌଣସି ନାକୌଣସି କାରଣରୁ ଯେଉଁମାନେ କଂଗ୍ରେସ ଛାଡି ଚାଲି ଯାଇଛନ୍ତି ସେମାନେ ପୁଣିଥରେ କଂଗ୍ରେସକୁ ଫେରି ଆସିବାକୁ ଆମେ ନିବେଦନ କରୁଛୁ । ଯଦି ସେମାନେ କଂଗ୍ରେସ ଦଳର ନୀତି ଓ ଆଦର୍ଶ ପ୍ରତି ଆସ୍ଥା ପ୍ରକଟ କରି ଯୋଗଦାନ କରିବାକୁ ଇଚ୍ଛୁକ, ସେମାନଙ୍କୁ କଂଗ୍ରେସ ଦଳ ତରଫରୁ ସମ୍ମାନର ସହ ସ୍ବାଗତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri